Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ମହିଳା ନେତ୍ରୀଙ୍କୁ ଛୁରୀ ଭୁଷି ହତ୍ୟା

by ସଞ୍ଜୟ ସ୍ୱାଇଁ
March 11, 2024
in Crime, NATIONAL NEWS
ଜଣେ ମହିଳା ନେତ୍ରୀଙ୍କୁ ଛୁରୀ ଭୁଷି ହତ୍ୟା
50
VIEWS
Share on FacebookShare on Twitter

ଲକ୍ଷ୍ନୌ, (ବାଘୁଆବାର୍ତ୍ତା): ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଜଣେ ମହିଳା ନେତ୍ରୀଙ୍କୁ ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଛି। ଦୁର୍ବୃତ୍ତମାନେ ସୁହେଲଦେବ ସମାଜ ପାର୍ଟିର ମହିଳା ମୋର୍ଚ୍ଚାର ପ୍ରଦେଶ ମହାସଚିବ ନନ୍ଦିନୀ ରାଜଭରଙ୍କୁ ଛୁରୀ ଭୁଷି ଅତି ନିର୍ମମ ଭାବେ ହତ୍ୟା କରିଛନ୍ତି। ଏହି ଘଟଣା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ନନ୍ଦିନୀଙ୍କ ରକ୍ତାକ୍ତ ମୃତଦେହ ତାଙ୍କ ଘର ଚଟାଣରେ ପଡ଼ିଥିବା ବେଳେ ବେକରେ ଗଭୀର ଆଘାତ ଲାଗିଛି। ପ୍ରବଳ ରକ୍ତସ୍ରାବ ଯୋଗୁ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ଗତ କିଛି ବର୍ଷ ହେବ ନନ୍ଦିନୀ ସୁହେଲଦେବ ସମାଜ ପାର୍ଟିର ବରିଷ୍ଠ କାର୍ଯ୍ୟକର୍ତ୍ତା ରୂପେ କାର୍ଯ୍ୟରତ ଥିଲେ। ପାର୍ଟି ତରଫରୁ ତାଙ୍କୁ ଦଳର ମହାସଚିବ ପଦରେ ବି ବସା ଯାଇଥିଲା। ନନ୍ଦିନୀଙ୍କ ଶାଶୁଙ୍କ କହିବାନୁଯାୟୀ, ଗତକାଲି ଅପରାହ୍ନ ୪ଟା ପରେ ସେ ଘରେ ପହଞ୍ଚିଥିଲେ। ଘର କବାଟ ଖୋଲାଥିବା ବେଳେ ସେ ଭିତରକୁ ଯାଇ ନନ୍ଦିନୀଙ୍କୁ ଡାକିଥିଲେ । ମାତ୍ର ସେ କୌଣସି ଉତ୍ତର ଦେଇ ନ ଥିଲେ। ଏହାପରେ ତାଙ୍କ ରୁମ୍‌କୁ ଯାଇ ତାହା ଅନ୍ଧାର ଥିବା ବେଳେ ତଳେ ନନ୍ଦିନୀ ପଡ଼ିଥିବା ଦେଖିବାକୁ ପାଇଥିଲେ। ରୁମ୍‌ର ଲାଇଟ୍‌ ଦେବା ପରେ ନନ୍ଦିନୀଙ୍କ ରକ୍ତ ଜୁଡ଼ୁବୁଡ଼ୁ ଶରୀର ପଡ଼ିଥିବା ଦେଖିବାକୁ ପାଇଥିଲେ। ନନ୍ଦିନୀଙ୍କ ମୃତ୍ୟୁରେ ପରିବାର ଲୋକେ ସମ୍ପୃକ୍ତ ଭାଙ୍ଗି ପଡ଼ିଛନ୍ତି। ଗତ କିଛି ଦିନ ହେବ ଅଜଣା ନମ୍ବରରୁ ତାଙ୍କ ନିକଟକୁ ଧମକପୂର୍ଣ୍ଣ କଲ୍‌ ଆସୁଥିବା ସେମାନେ ପୁଲିସ୍‌କୁ କହିଛନ୍ତି। ଖବର ପାଇ ପୁଲିସ୍‌ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!