Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଆଇନ୍ ବନ୍ଧୁକ ବେପାର, ୩ ଜଣଙ୍କୁ ବାନ୍ଧିଲା ପୁଲିସ୍

by ସଞ୍ଜୟ ସ୍ୱାଇଁ
March 11, 2024
in Crime, State
ବେଆଇନ୍ ବନ୍ଧୁକ ବେପାର, ୩ ଜଣଙ୍କୁ ବାନ୍ଧିଲା ପୁଲିସ୍
22
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ବେଆଇନ ଭାବେ ବନ୍ଧୁକ ବିକ୍ରି କରୁଥିବା ୩ ଅପରାଧୀଙ୍କୁ ଗିରଫ କରିଛି କଟକ କମିଶନରେଟ ପୁଲିସ। ଜଗତପୁର ଥାନା ପୁଲିସ ଓ ସ୍ପେଶାଲ ସ୍କ୍ୱାଡ୍ ମିଳିତ ଭାବେ ଚଢ଼ାଉ କରି ଏହି ୩ ଜଣଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ଠାରୁ ୪ଟି ବନ୍ଧୁକ ଓ ୧୨ ରାଉଣ୍ଡ ଗୁଳି ଜବତ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀ ବବୁଆ ବନ୍ଧୁକ କାରବାର କରୁଥିବା ନେଇ ଖବର ପାଇଥିଲା କଟକ କମିଶନରେଟ୍ ପୁଲିସ। ଏହା ପରେ ସ୍ପେଶାଲ ସ୍କ୍ୱାଡ୍ ଓ ଜଗତପୁର ଥାନା ପୁଲିସ ମିଳିତ ଭାବେ ଚଢ଼ାଉ କରି ବବୁଆକୁ କାବୁ କରିଥିଲେ। ତା’ ନିକଟରୁ ଗୋଟିଏ ବନ୍ଧୁକ ଓ ୩ଟି ଗୁଳି ଜବତ କରାଯାଇଥିଲା। ପଚରାଉଚରା ବେଳେ ଜଗତସିଂହପୁର ଜିଲ୍ଲାର ଦୁର୍ଦ୍ଦାନ୍ତ ଅପରାଧୀ ପିଣ୍ଟୁ ଓରଫ ପ୍ୟାରୀମୋହନ ଦାସ ବନ୍ଧୁକ ରଖିଥିବା କହିଥିଲା ବବୁଆ। ପୁଲିସ୍ ପିଣ୍ଟୁ ନିକଟରୁ ୨ଟି ବନ୍ଧୁକ ଓ ୭ ରାଉଣ୍ଡ ଗୁଳି ଜବତ କରିଥିଲା। ସେହିପରି ବବୁଆର ଆଉ ଜଣେ ସହଯୋଗୀ ମିହିର କୁମାର ରାୟ ଠାରୁ ଗୋଟିଏ ବନ୍ଧୁକ ଓ ୨ ରାଉଣ୍ଡ ଗୁଳି ଜବତ କରିଥିଲା ପୁଲିସ୍‌। ଡିସିପି କନୱର ବିଶାଲ ସିଂହଙ୍କ ସୂଚନା ଅନୁଯାୟୀ ଅଭିଯୁକ୍ତମାନେ ବିହାରର ମୁଙ୍ଗେରରୁ ବନ୍ଧୁକ ଆଣି ଏଠାରେ ବ୍ୟବସାୟ କରିବା ସହ ଅପରାଧ ମଧ୍ୟ ଘଟାଉଥିଲେ। ସମସ୍ତ ଅଭିଯୁକ୍ତ ଏଟିଏମ ଟଙ୍କା ଗାଡି ଲୁଟ କରିବା ପାଇଁ ଯୋଜନା କରୁଥିବା ବେଳେ ପୁଲିସ୍ ଚଢ଼ାଉ କରି ସେମାନଙ୍କୁ ଗିରଫ କରିଥିଲା।ଏହି ଗ୍ୟାଙ୍ଗର ଆଉ ୨ ସଦସ୍ୟ ଫେରାର ଅଛନ୍ତି। ବବୁଆ ନାଁ ରେ ୧୦ଟି ମାମଲା ଥିବା ବେଳେ ପିଣ୍ଟୁ ନାଁ ରେ ୧୯ଟି ମାମଲା ରହିଛି। ସମସ୍ତ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ଅଧିକ ପଚରାଉଚରା କରାଯିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଡିସିପି କନୱର ବିଶାଲ ସିଂହ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!