Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡକାୟତି ପାଇଁ ଯୋଜନା କରୁଥିବା ବେଳେ ୩ ଗିରଫ

by ସଞ୍ଜୟ ସ୍ୱାଇଁ
April 9, 2024
in Crime, State
ଡକାୟତି ପାଇଁ ଯୋଜନା କରୁଥିବା ବେଳେ ୩ ଗିରଫ
85
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ତିନି ଜଣ ଡକାୟତଙ୍କୁ ଗିରଫ କରିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପୁଲିସ୍। ସେମାନଙ୍କଠାରୁ ଗୋଟିଏ ବନ୍ଧୁକ, ଦୁଇ ରାଉଣ୍ଡ ଗୁଳି, ତିନୋଟି ବୋମା, ଗୋଟିଏ ଖଣ୍ଡା, ଗୋଟିଏ ଭୁଜାଲି ଓ ଗୋଟିଏ ବାଇକ୍ ଜବତ କରିଛି ପୁଲିସ୍। ତେବେ ଆହୁରି ୫ ଡକାୟତ ଫେରାର ହୋଇଯିବାରେ ସକ୍ଷମ ହୋଇଥିଲେ। ଆଳତୁମା ରଜ ମହୋତ୍ସବ ପଡ଼ିଆରେ ୮ ଜଣିଆ ଡକାୟତ ଗ୍ୟାଙ୍ଗ ଡକାୟତି କରିବା ପାଇଁ ଯୋଜନା କରୁଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇଥିଲା କାମାକ୍ଷାନଗର ପୁଲିସ। ଏହା ପରେ ସେଠାରେ ଚଢ଼ାଉ କରିଥିଲା ପୁଲିସ୍ ଟିମ୍। ପୁଲିସ୍‌କୁ ଦେଖି ଡକାୟତମାନେ ଦୌଡ଼ି ପଳାଇଥିଲେ। ତେବେ ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ କାବୁ କରିବାରେ ପୁଲିସ ସଫଳ ହୋଇଥିଲା। ଅନ୍ୟ ୫ ଜଣ ଫେରାର ହୋଇଯାଇଥିଲେ। ଗିରଫ ଡକାୟତମାନେ ହେଉଛନ୍ତି- କାମାକ୍ଷାନଗର ଥାନା ଅନନ୍ତପୁର ସାହିର ମିଞ୍ଜ ଇବ୍ରାହିମ ବେଗ ଓରଫ ଫକୀରା, ଗୋଡିସାହିର ବିଶ୍ୱଜିତ ବେହେରା ଓରଫ ବିକି ଓ ଢେଙ୍କାନାଳ ସଦର ଥାନା ଅଞ୍ଚଳର ଅନୀଲ କୁମାର ନାୟକ। ସମସ୍ତଙ୍କୁ କୋର୍ଟ ଚାଲାଣ କରିଛି ପୁଲିସ୍‌। ଫେରାର ହୋଇଯାଇଥିବା ଅନ୍ୟ ଡକାୟତମାନନଙ୍କୁ ଖୁବ୍‌ଶୀଘ୍ର ଧରାଯିବ ବୋଲି ସୂଚନା ଦେଇଛନ୍ତି କାମାକ୍ଷାନଗର ଥାନା ଆଇଆଇସି ଧୀରେନ ବେହେରା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!