Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁଧ ଟଙ୍କା ପାଇଁ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଲେ

by ସଞ୍ଜୟ ସ୍ୱାଇଁ
April 11, 2024
in Crime, State
ସୁଧ ଟଙ୍କା ପାଇଁ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଲେ
199
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଶାନ୍ତ ରାଜଧାନୀ। ରାତିରେ ଘରେ ପଶି ଶ୍ୱଶୁର,ବୋହୂଙ୍କୁ ହାଣିଲେ ଗୋଟିଏ ଗୋଷ୍ଠୀ। ଏପରି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ପଟିଆ ଅଞ୍ଚଳର ପଦ୍ମକେଶରପୁର ଗାଁରେ। ଗୁରୁତରଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଆହତମାନେ ହେଲେ ଶ୍ୱଶୁର ସନାତନ ଦାସ ଓ ତାଙ୍କ ବୋହୂ ନିରୁପମା ଦାସ। ଗତକାଲି ରାତି ପ୍ରାୟ ୧୦ଟା ସମୟରେ ମହାଜନ କାରବାର କରୁଥିବା ବାବୁଲା ଦାସ ତାଙ୍କ ସହଯୋଗୀ ତାପସ ଦାସ ଓ ୪ରୁ ୫ ଜଣ ଯୁବକ ସନାତନଙ୍କ ଘରେ ପହଞ୍ଚିଥିଲେ। ଏହି ସମୟରେ ସନାତନ ଓ ତାଙ୍କ ବୋହୂ ଘରେ ଖାଉଥିଲେ। ସନାତନଙ୍କୁ ବାବୁଲା ସୁଧ ଟଙ୍କା ମାଗିଥିଲେ। ଏହାକୁ ନେଇ ସନାତନ ଓ ବାବୁଲାଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ରରୂପ ନେଇଥିଲା। ପରେ ବାବୁଲା ଓ ତାଙ୍କର ସହଯୋଗ ସନାତନଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ସମୟରେ ସନାତନଙ୍କ ବୋହୂ ପହଞ୍ଚି ବିରୋଧ କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ପରେ ବାବୁଲା ତାଙ୍କ ସହଯୋଗୀ ବୋମାମାଡ଼ କରି ପଳାଇଥିବା ସୂଚନା ରହିଛି। ଶ୍ୱଶୁର,ବୋହୂଙ୍କୁ ଗ୍ରାମବାସୀ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏହାସହ ପୁଲିସକୁ ଘଟଣା ସଂପର୍କରେ ଜଣାଇଥିଲେ। ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। କୌଣସି ବିଶୃଙ୍ଖଳା ପରିସ୍ଥିତି ନ ଘଟିବା ପାଇଁ ଗାଁରେ ୨ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ସୂଚନାଯୋଗ୍ୟ, ୪ମାସ ତଳେ ସୁଧ ଟଙ୍କାକୁ ନେଇ ପଦ୍ମକେଶରପୁର ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ସୁଧ ଦେଇଥିବା ଗୋଷ୍ଠୀ ଓ ସୁଧ ଆଣିଥିବା ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା। ପରେ ଗାଁରେ ପୁଲିସ ଉପସ୍ଥିତିରେ ଶାନ୍ତି କମିଟି ବସି ସମାଧାନ ହୋଇଥିଲା। କୋର କମିଟି ଗଠନ ନ ହେବା ଯାଏ ସୁଧ ଟଙ୍କା ମାଗିବେନି ଗୋଷ୍ଠୀର ଲୋକଙ୍କୁ କୁହାଯାଇଥିଲା ସୂଚନା ରହିଛି। ଏହାସ୍ୱତ୍ତେ ଗତକାଲି ରାତିରେ ଏହି ସୁଧ ଟଙ୍କା ପାଇଁ ପଦ୍ମକେଶରପୁର ହଣାକଟା ହୋଇଛି। ଏନେଇ ପୁଲିସର ପ୍ରତିକ୍ରିୟା ମିଳିନାହିଁ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!