Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନନ୍ଦନକାନନରେ ଦୁଇ ଦୁର୍ବୃତ୍ତଙ୍କ ଆତଙ୍କରାଜ, ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
April 30, 2024
in Crime, State
ନନ୍ଦନକାନନରେ ଦୁଇ ଦୁର୍ବୃତ୍ତଙ୍କ ଆତଙ୍କରାଜ, ବାନ୍ଧିଲା ପୁଲିସ
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନର ଉପ ନିର୍ଦ୍ଦେଶକଙ୍କ ଅଫିସରେ ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣାରେ ୨ଜଣଙ୍କୁ ଗିରଫ କରିଛି ପୁଲିସ। ସିସିଟିଭି ଆଧାରରେ ପୁଲିସ ୨ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି। ଗତକାଲି ସନ୍ଧ୍ୟାରେ କିଛି ଦୁର୍ବୃତ୍ତ ଅଫିସ ଭିତରକୁ ମାରଣାସ୍ତ୍ର ଧରି ପଶିବା ସହ ଆତଙ୍କ ସୃଷ୍ଟି କରିଥିଲେ। ଅଫିସରେ ଉପସ୍ଥିତ ଥିବା ଉପନିର୍ଦ୍ଦେଶକଙ୍କ ଅଫିସରେ ଜୀବବିଜ୍ଞାନୀ ଡକ୍ଟର ରାଜେଶ ମହାପାତ୍ର, ଏସିଏଫ୍ ଡକଟର ସୁଦୀପ୍ତ କୁମାର ପଣ୍ଡା ଓ ଡକ୍ଟର ରଶ୍ମୀ ରଂଜନ ସ୍ୱାଇଁ ପ୍ରମୁଖଙ୍କୁ ଦୁର୍ବ୍ୟବହାର ସହ ମାରଣାସ୍ତ୍ର ଧରି ଆକ୍ରମଣ କରିଥିଲେ। ଏହାସହ ଦୁର୍ବୃତ୍ତମାନେ କମ୍ପ୍ୟୁଟର, ଲାପଟପ୍, ପ୍ରିଣ୍ଟର୍, ଟିଭି ଏବଂ ଆସବାବପତ୍ର ସମେତ ଅନେକ ଅଫିସ୍ ସମ୍ପତ୍ତିକୁ ନଷ୍ଟ କରିଥିବା ଅଭିଯୋଗ ହୋଇଛି। ଯାହାର ଚିତ୍ର ସିସିଟିଭିରେ କଏଦ୍ ହୋଇଛି । ସେହିପରି ଅଡିଟ୍ ଅଧିକାରୀଙ୍କ ଲାପଟପ୍ ଓ ମୋବାଇଲ୍ ଫୋନକୁ ବି ନଷ୍ଟ କରିଦେଇଛନ୍ତି ଦୁର୍ବୃତ୍ତ। ଏ ସଂପର୍କରେ ନନ୍ଦନକାନନ ଥାନାରେ ମାମଲା ରୁଜୁ କରାଯାଇଥିଲା। ସିସିଟିଭି ଫୁଟେଜ ଆଧାରରେ ଏଥିରେ ସଂପୃକ୍ତ ଥିବା ଦୁଇ ଦୁର୍ବୃତ୍ତଙ୍କୁ ଗତକାଲି ବିଳମ୍ବିତ ରାତିରେ ଗିରଫ କରିଛି। ତେବେ ଏଭଳି ଆତଙ୍କରାଜ ପଛର କାରଣ କ’ଣ, ସେନେଇ ସ୍ପଷ୍ଟ ସୂଚନା ମିଳିପାରିନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!