Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତା କଡରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ

by ସଞ୍ଜୟ ସ୍ୱାଇଁ
May 1, 2024
in Crime, State
ରାସ୍ତା କଡରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ
91
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ସକାଳୁ ସକାଳୁ ରାସ୍ତା କଡରୁ ଉଦ୍ଧାର ହେଲା ଯୁବକଙ୍କ ରକ୍ତାକ୍ତ ମୃତ ଦେହ । ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଆଜି ସକାଳେ ବାଲେଶ୍ୱର ଜିଲ୍ଲା ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରେ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସ୍ଥାନୀୟ ଲୋକେ ପ୍ରଥମେ ବସ୍ତା ପୁଲିସକୁ ଖବର ଦେଇଥିଲେ। ଉକ୍ତ ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ଚିହ୍ନ ରହିଛି। ତେଣୁ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଯୁବକ ଜଣକଙ୍କ ଘର ଜଗତସିଂହପୁର ଜିଲ୍ଲାର ପୃଥୀରାଜ ପାତ୍ର ବୋଲି ଜଣା ପଡିଛି। ସେ କିଛି ଦିନ ଧରି ବସ୍ତା ଥାନା ଅଞ୍ଚଳରେ ରହି ଏହି ଅଞ୍ଚଳରେ ମୋବାଇଲ ଟାୱାରରେ କାର୍ଯ୍ୟ କରୁଥିଲେ। ଖବର ପାଇ ଘଟଣା ସ୍ଥଳରେ ବସ୍ତା ପୁଲିସ ଏବଂ ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଜାରି ରଖିଛି। ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବା ସହ ଏନେଇ ପରିବାର ଲୋକଙ୍କୁ ସୂଚନା ଦିଆଯାଇଛି। ତେବେ କିଏ ଓ କାହିଁକି ପୃଥୀରାଜଙ୍କୁ ହତ୍ୟା କରିଛନ୍ତି ତାହା ପଛର କାରଣ ଜଣାପଡ଼ିନି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!