Sunday, August 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାମ୍ବାଦିକଙ୍କ ଘର କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କା ମୁଲ୍ୟର ସୁନା ଓ ରୁପା ଗହଣା ସହ ନଗଦ ଟଙ୍କା ଚୋରି

by ସଞ୍ଜୟ ସ୍ୱାଇଁ
September 13, 2021
in Crime, State
ସାମ୍ବାଦିକଙ୍କ ଘର କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କା ମୁଲ୍ୟର ସୁନା ଓ ରୁପା ଗହଣା ସହ ନଗଦ ଟଙ୍କା ଚୋରି
186
VIEWS
Share on FacebookShare on Twitter

ନୂଆପଡା, (ବାଘୁଆବାର୍ତ୍ତା): ଗତ ୧୧ ତାରିଖ ଦିନ ସକାଳେ ନୂଆପଡା ସହର ସାମ୍ବାଦିକ ଅଶ୍ବିନୀ କୁମାର ପାଣିଗ୍ରାହୀ ପରିବାର ସହ ପଶ୍ଚିମ ଓଡିଶାର ପବିତ୍ର କୃଷି ଭିତ୍ତିକ ଗଣପର୍ବ ନୂଆଖାଇ ପାଳନ ପାଇଁ ନିଜ ଜନ୍ମମାଟି ବୋଡେ଼ନ ସ୍ଥିତ କେରାପଦର ଗାଁକୁ ଯାଇଥିଲେ । ଆଜି ଭୋର ସକାଳୁ ପରିବାର ସହ ନୂଆପଡା ସ୍ଥିତ ବାସ ଭବନକୁ ଫେରିଥିଲେ । ଘରକୁ ଫେରିବା ବେଳେ ବାହାର କବାଟ ଭାଙ୍ଗି ଚୋରୀ ହୋଇଥିବା ଦେଖିବାକୁ ପାଇଥିଲେ । ଘରେ କେହି ନଥିବାର ସୁଯୋଗ ନେଇ ଚୋରମାନେ ଘରର ଦୁଇଟି ଆଲମିରା ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କା ମୁଲ୍ୟର ସୁନା ଓ ରୁପା ଗହଣା ସହ ନଗଦ ଟଙ୍କା ଚୋରି କରି ନେଇଥିବା ଅଭିଯୋଗ କରିଛନ୍ତି । ଏହି ଖବର ପାଇ ନୂଆପଡା ଏସଡିପିଓ ପ୍ରଶାନ୍ତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏସଆଇ ବିନୟ କେର୍କେଟାଙ୍କ ନେତୃତ୍ୱରେ ଏକ ପୁଲିସ ଟିମ ଘଟଣା ସ୍ଥଳରେ ପହଞ୍ଚି ଡଗ୍ ସ୍ବାଡ ସାହାଯ୍ୟରେ ତଦନ୍ତ ଆରମ୍ଭ କରିଛି । ଏବେ ପୁଲିସ ଚୋରି ଘଟଣାର ବିଭିନ୍ନ ଦିଗ ଉପରେ ତଦନ୍ତ ଚାଲିଥିବା ଏସଡିପିଓ ଶ୍ରୀ ପଟ୍ଟନାୟକ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!