Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଳଦ୍ୱାରରେ ୪ ଜଣ ଆଣୁଥିଲେ ୩ କେଜିରୁ ଅଧିକ ସୁନା, ଭୁବନେଶ୍ୱରରେ ଧରା ପଡ଼ି ଜେଲ ଗଲେ

by ସଞ୍ଜୟ ସ୍ୱାଇଁ
May 8, 2024
in Crime, State
ମଳଦ୍ୱାରରେ ୪ ଜଣ ଆଣୁଥିଲେ ୩ କେଜିରୁ ଅଧିକ ସୁନା, ଭୁବନେଶ୍ୱରରେ ଧରା ପଡ଼ି ଜେଲ ଗଲେ
287
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହୋଇଛି ୩ କେଜିରୁ ଅଧିକ ସୂଚନା। ଜବତ ସୁନାର ମୂଲ୍ୟ ୨ କୋଟି ୭୯ ଲକ୍ଷ ଟଙ୍କା ହେବ। ଦୁବାଇରୁ ଭୁବନେଶ୍ୱର ଆସିଥିବା ୪ ଜଣ ଯାତ୍ରୀଙ୍କ ଠାରୁ ମୋଟ ୩ କେଜି ୭୭ ଗ୍ରାମର ତରଳ ସୁନା ଜବତ ହୋଇଛି। ଏମାନେ ମଳଦ୍ୱାରରେ ତରଳ ସୁନାକୁ କ୍ୟାପସୁଲ ମାଧ୍ୟମରେ ରଖି ଚାଲାଣ କରୁଥିବା ବେଳେ କେନ୍ଦ୍ରୀୟ ରାଜସ୍ୱ ଗୁଇନ୍ଦା ନିର୍ଦ୍ଦେଶାଳୟ ଏହାକୁ ଜବତ କରିଛି। ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି ଯେ ଗୁଇନ୍ଦା ସୂଚନା ଆଧାରରେ ଡିଆରଆଇ ଅଧିକାରୀମାନେ ଦୁବାଇରୁ ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଏୟାରପୋର୍ଟକୁ ଆସିଥିବା ୪ ଜଣ ଯାତ୍ରୀଙ୍କୁ ପ୍ରଥମେ ଚିହ୍ନଟ କରିଥିଲେ। ସେମାନେ ୬ ତାରିଖରେ ଏଠାକୁ ଆସିଥିଲେ। ସେମାନଙ୍କୁ ଅଟକ ରଖି ପଚରା ଉଚରା କରାଯାଇଥିଲା। ଏହି ସମୟରେ ଜଣାପଡ଼ିଥିଲା ଯେ ଏହି ୪ ଜଣ ତରଳ ସୁନାର ଚୋରା ଚାଲାଣ ପାଇଁ ଉଦ୍ୟମ କରୁଥିଲେ। ଏହି ସୁନାକୁ ସେମାନେ କ୍ୟାପସୁଲ ମାଧ୍ୟମରେ ନିଜ ମଳଦ୍ୱାରରେ ରଖି ଦୁବାଇରୁ ଆଣିଥିଲେ। ତଦନ୍ତ ବେଳେ ୧୨ଟି କ୍ୟାପସୁଲରେ ଥିବା ତରଳ ସୁନାକୁ ଜବତ କରାଯାଇଛି। କ୍ୟାପସୁଲ ମଧ୍ୟରୁ ମୋଟ ୩.୭୭ କେଜିର ସୁନା ମିଳିଛି। ଏହାର ବଜାର ମୂଲ୍ୟ ୨.୭୯ କୋଟି ହେବ। ମିଳିଥିବା ତରଳ ସୁନାକୁ ଜବତ କରାଯାଇଛି ଓ ୪ ଜଣ ଯାତ୍ରୀଙ୍କୁ ଗିରଫ କରାଯାଇଛି। କଷ୍ଟମ ଆକ୍ଟ ୧୯୬୨ ଆଧାରରେ ସମସ୍ତଙ୍କୁ ଗିରଫ କରାଯାଇ ଘଟଣାର ଅଧିକ ତଦନ୍ତ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!