Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତରୁ ମିଳିଲା ବାପାଙ୍କ ମୃତଦେହ, ପୁଅକୁ ଉଠାଇନେଲା ପୁଲିସ

by ସଞ୍ଜୟ ସ୍ୱାଇଁ
May 28, 2024
in Crime, State
ଛାତରୁ ମିଳିଲା ବାପାଙ୍କ ମୃତଦେହ, ପୁଅକୁ ଉଠାଇନେଲା ପୁଲିସ
144
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ଛାତରୁ ମିଳିଲା ମୃତ ଦେହ। ମୃତକଙ୍କ ନାଁ ହେଉଛି ମଗନିଆଁ ସେଠ୍। ତାଙ୍କ ଘର ବରଗଡ଼ ଜିଲ୍ଲା ଭେଡେନ ଥାନା ଅର୍ନ୍ତଗତ ସହରାଟିକ୍ରା ଗାଁରେ। ଘର ଛାତରୁ ମୃତ ଦେହକୁ ଉଦ୍ଧାର କଲା ପୁଲିସ। ହତ୍ୟା ସନ୍ଦେହ କରି ପୁଅକୁ ଉଠାଇ ନେଇଛି ପୁଲିସ। ସୋମବାର (ଗତକାଲି) ବିଳମ୍ବିତ ରାତିରେ ଘରର ଛାତ ଉପରେ ମଗନିଆଁ ସେଠ୍ ଶୋଇବାକୁ ଯାଇଥିଲେ। ସକାଳୁ ମଗନିଆଁଙ୍କୁ ପରିବାର ଲୋକେ ମୃତ ଅବସ୍ଥାରେ ଦେଖିଥିଲେ। ଏନେଇ ପରିବାର ଲୋକେ ଭେଡେନ ଥାନା ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକଙ୍କ ପୁଅକୁ ଉଠାଇନେଇଛି। ମଗନିଆଁ ସେଠଙ୍କୁ କେହି ଦୁର୍ବୃତ୍ତ ତଣ୍ଟି ଚିପି ହତ୍ୟା କରିଛନ୍ତି ବୋଲି ସମ୍ପର୍କୀୟ ଅଭିଯୋଗ କରିଥିବା ବେଳେ ଏହାର ଉଚିତ୍ ତଦନ୍ତ କରି ଦୋଷୀକୁ ଦଣ୍ଡ ଦେବାକୁ ଦାବି କରିଛନ୍ତି। ଅନ୍ୟପଟେ ସରପଞ୍ଚ ପ୍ରତିନିଧିଙ୍କ କହିଛନ୍ତି ଆଗରୁ ବାପ ପୁଅଙ୍କ ମଧ୍ୟରେ ବଚସା ହୋଇଥିଲା। ପୁଅ ସବୁବେଳେ ନିଶାସକ୍ତ ଅବସ୍ଥାରେ ରହୁଥିବାରୁ ଏଭଳି କରିଥାଇ ପାରେ ବୋଲି ସନ୍ଦେହ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!