Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁମ୍ବାଇ ପୋଲିସ କହି ୧୨ ଲକ୍ଷ ଠକେଇ, ଠକ ଗିରଫ

by ସଞ୍ଜୟ ସ୍ୱାଇଁ
July 4, 2024
in Crime, State
ମୁମ୍ବାଇ ପୋଲିସ କହି ୧୨ ଲକ୍ଷ ଠକେଇ, ଠକ ଗିରଫ
84
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ପ୍ରଥମେ ଅଜଣା ନମ୍ବରରୁ କଲ । ପରେ ମୁମ୍ୱାଇ ପୋଲିସ କହି ୧୨ ଲକ୍ଷ ଠକେଇ । ଓଡିଶା ସରକାରଙ୍କ ଅଧୀନରେ କାର୍ଯ୍ୟରତ ଜଣେ ବରିଷ୍ଠ ଅଧିକାରୀ ଏଭଳି ଠକେଇର ସମ୍ମୁଖୀନ ହୋଇ ସାଇବର ଥାନାର ଦ୍ୱାରସ୍ଥ ହେବା ପରେ ଅଭିଯୁକ୍ତକୁ ଗିରଫ କରିଛି କମିଶନରେଟ ପୋଲିସ । ଅଭିଯୁକ୍ତର ନାଁ କିଶୋର ରାଣା । ଘର ରାଜସ୍ଥାନ । ଅଭିଯୋଗ ମୁତାବକ ଜୁନ ୭ରେ ବରିଷ୍ଠ ଅଧିକାରୀଙ୍କୁ ଟେଲିଫୋନ କମ୍ପାନୀରୁ ଏକ କଲ ଆସିଥିଲା । ତାଙ୍କ ନମ୍ବର ବ୍ୟବହାର କରି ୨୮ଟି ବେନାମୀ ଟ୍ରାଞ୍ଜକ୍ସନ ହୋଇଥିବା କୁହାଯାଇଥିଲା । ପରେ ଆଉ ଜଣେ ମୁମ୍ବାଇ ପୋଲିସ କହି ସ୍କାଇପି ଯୋଗେ ତାଙ୍କ ସହ କଥା ହୋଇଥିଲେ । ବରିଷ୍ଠ ଅଧିକାରୀଙ୍କୁ ଡିଜିଟାଲ ଆରେଷ୍ଟ କରି ତାଙ୍କଠାରୁ ଅନଲାଇନରେ ସମସ୍ତ ଡକ୍ୟୁମେଣ୍ଟ ନେଇଯାଇଥିଲେ । ଭୟଭୀତ ହେବା ପରେ ତାଙ୍କଠାରୁ ଦୁଇଥରରେ ପାଖାପାଖି ୧୨ ଲକ୍ଷ ଟଙ୍କା ଠକି ନେଇଥିଲେ ଠକ । ଏନେଇ ଅଭିଯୋଗ ପରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି । ତା’ଠାରୁ ମୋବାଇଲ, ଏଟିଏମ, ଚେକବୁକ ଜବତ କରାଯାଇଛି । ମ୍ୟୁଲ ବା ବେନାମୀ ଆକାଉଣ୍ଟ ଜରିଆରେ ସେ ଠକେଇ ଟଙ୍କା ଉଠାଉଥିବା ନେଇ ଅଭିଯୋଗ ହେଉଛି । କେସ ନମ୍ବର ୧୪୧ ଦଫା ୪୧୯, ୪୨୦, ୪୬୭, ୪୬୮, ୪୭୧ ଓ ଆଇଟି ଆକ୍ଟରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!