Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହ, ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

by ସଞ୍ଜୟ ସ୍ୱାଇଁ
July 11, 2024
in Crime, State
ପାରିବାରିକ କଳହ, ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ
32
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି। ବାପାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ପୁଅ। ଏପରି ଅଭିଯୋଗ ଆସିଛି ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଡୁଙ୍ଗୁରିପାଲି ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଧନଞ୍ଜୟ ଅଜଗର। ହତ୍ୟାକାଣ୍ଡ ପରେ ପୁଅ ବିଦ୍ୟାଧର ଅଜଗର ଫେରାର ହୋଇଯାଇଛି। ଧନଞ୍ଜୟ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ସବୁବେଳେ କଳି ଝଗଡ଼ା ଲାଗି ରହୁଥିଲା। ମା’ର ଦୁଃଖ ସହି ନ ପାରି ବଡ଼ ପୁଅ ବିଦ୍ୟାଧର ତାଙ୍କୁ ମାମୁ ଘରକୁ ପଠାଇ ଦେଇଥିଲେ। ଗତକାଲି ଧନଞ୍ଜୟ ନିଶାସକ୍ତ ଅବସ୍ଥାରେ ଆସି କାହିଁକି ମୋ ସ୍ତ୍ରୀକୁ ପଠାଇଲୁ କହି ବାପପୁଅଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏଥିରେ ପୁଅ ବିଦ୍ୟାଧର ଉତ୍‌କ୍ଷିପ୍ତ ହୋଇ ଏକ ଟାଙ୍ଗିଆ ଆଣି ବାପାକୁ ହାଣି ଦେଇଥିଲା। ଗ୍ରାମବାସୀ ଧନଞ୍ଜୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଗାଁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରେ ଧନଞ୍ଜୟଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ଧନଞ୍ଜୟଙ୍କର ମୃତ୍ୟୁ ଘଟିଛି। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!