Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ୱାମୀ ସାଜିଲା ସଇତାନ, ବାଲ୍‌ଟିରେ ପିଟି ସ୍ତ୍ରୀକୁ କଲା ହତ୍ୟା

by ସଞ୍ଜୟ ସ୍ୱାଇଁ
August 5, 2024
in Crime, State
ସ୍ୱାମୀ ସାଜିଲା ସଇତାନ, ବାଲ୍‌ଟିରେ ପିଟି ସ୍ତ୍ରୀକୁ କଲା ହତ୍ୟା
123
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ସ୍ୱାମୀ ସାଜିଲା ସଇତାନ। ନିଜ ସ୍ତ୍ରୀକୁ ବାଲଟିରେ ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ବାଣିଆ ଗାଁରେ ଏହି ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ କବିତା ମହାନ୍ତି। ସ୍ୱାମୀ ସଞ୍ଜୟ ମହାନ୍ତିଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରୁଛି। କବିତା ଓ ତାଙ୍କ ସ୍ୱାମୀଙ୍କ ମଧ୍ୟରେ କଳି ଝଗଡ଼ା ଲାଗି ରହୁଥିଲା। ଗତକାଲି ଉଭୟଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଆଜି ସକାଳେ କବିତା ଗାଧୋଇ ବାଥରୁମ୍‌ରୁ ଆସୁଥିଲେ। ଏହି ସମୟରେ ସଞ୍ଜୟ ଘରେ ଥିବା ଷ୍ଟିଲ ବାଲଟି ଆଣି କବିତାଙ୍କ ମୁଣ୍ଡକୁ ପିଟି ଦେଇଥିଲେ। କବିତା ତଳେ ପଡ଼ିଯାଇଥିଲେ। ସ୍ଥାନୀୟ ଲୋକେ କବିତାଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସଞ୍ଜୟ ୧୪ ବର୍ଷ ତଳେ କବିତାଙ୍କୁ ବିବାହ କରିଥିଲେ। କବିତାଙ୍କ ଘର ପଶ୍ଚିମବଙ୍ଗର ବୋଲି ଜଣାଯାଇଛି। କବିତାଙ୍କ ପରିବାର ଲୋକେ ଏନେଇ ଥାନାରେ ଅଭିଯୋଗ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!