Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାମ ସାରି ଘରକୁ ଫେରୁଥିଲେ, ହାଣିଦେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
August 12, 2024
in Crime, State
କାମ ସାରି ଘରକୁ ଫେରୁଥିଲେ, ହାଣିଦେଲେ ଦୁର୍ବୃତ୍ତ
144
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ବିଲ କାମ ସାରି ଘରକୁ ଫେରୁଥିଲେ ବ୍ୟକ୍ତି। ଆଉ କିଛି ସମୟ ପରେ ଘରେ ପହଞ୍ଚିଥାନ୍ତେ। ମାତ୍ର ତାହା ପୂର୍ବରୁ ଘଟିଲା ଅଘଟଣ । ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗୋଡ଼ାଇ ଗୋଡ଼ାଇ କାତିରେ ହାଣିଲେ ଦୁର୍ବୃତ୍ତ । ଆଉ ଘରକୁ ଫେରିବା ପରିବର୍ତ୍ତେ ବ୍ୟକ୍ତିଜଣକ ସିଧାସଳଖ ମେଡିକାଲରେ ପହଞ୍ଚିଲେ। ଏପରି ଏକ ଘଟଣା ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ହଂସରାଳିରେ ଘଟିଛି। ଆହତ ବ୍ୟକ୍ତିଜଣକ ହେଲେ ସୁଦର୍ଶନ ସାହୁ । ସୁଦର୍ଶନ ଡେଙ୍ଗାଡି ବିଦ୍ୟୁତ୍‌ ବିଭାଗରେ ଲାଇନମ୍ୟାନ ଭାବେ କାର୍ଯ୍ୟରତ ଥିଲେ । ଗତକାଲି ସୁଦର୍ଶନ ନିଜ ଚାଷ ଜମିକୁ କାମ କରିବାକୁ ଯାଇଥିଲେ। ସେଠାରୁ ସେ ଘରକୁ ଫେରୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଅତର୍କିତ ଭାବେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଫଳରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ଖବର ପାଇ ପରିବାର ଲୋକେ ତୁରନ୍ତ ତାଙ୍କୁ ଆଡ଼ପଡା ଗୋଷ୍ଟି ସ୍ୱାସ୍ତ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାକୁ ତାଙ୍କୁ ବ୍ରହ୍ମପୁର MKCG କୁ ସ୍ଥାନାନ୍ତର କରାଯାଇଛି । ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି। ପୁଲିସ୍‌ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ଏହି ଆକ୍ରମଣର କାରଣ ଅଶ୍ୱଷ୍ଟ ରହିଥିବା ବେଳେ ଦୁର୍ବୃତ୍ତଙ୍କ ଚିହ୍ନଟ ହୋଇ ପାରିନି। ଗାଁରେ ଭୟରେ କେହି ମଧ୍ୟ ପାଟି ଖୋଲୁନଥିବା ଜଣାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!