Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବ୍ରାଉନସୁଗର ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 11, 2024
in Crime, Nayagarh, State
ବ୍ରାଉନସୁଗର ଜବତ, ଜଣେ ଗିରଫ
574
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ରାଜସୁନାଖଳା ଫାଣ୍ଡି ପୁଲିସ ଜଣେ ବ୍ରାଉନସୁଗର ବେପାରୀକୁ ଗିରଫ କରିବା ସହ ତାଙ୍କଠାରୁ ୯.୬୨ ଗ୍ରାମ ବ୍ରାଉନସୁଗର ଜବତ କରିଛନ୍ତି । ଏନେଇ ଶରଣକୁଳ ଏସଡିପିଓ ସୁଧାକର ସାହୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଅଭିଯୁକ୍ତ ଜଣଙ୍କ ହେଲେ ରଣପୁର ଥାନା ପାଇକସାହିର ବୁଦ୍ଧି ପ୍ରଧାନଙ୍କ ପୁଅ ଯୋଗେନ୍ଦ୍ର ପ୍ରଧାନ । ସେ ବ୍ରାଉନସୁଗର ନେଇ ଯାଉଥିବା ଖବରପାଇ ରାଜସୁନାଖଳ ଫାଣ୍ଡି ଏସଆଇ ପ୍ରୀତିପ୍ରକାଶ ମହାନ୍ତି କୈାଣସି ସୁତ୍ରରୁ ଖବର ପାଇଥିଲେ । ଯାହାକୁ ନେଇ ସେ କୋଟଗଡ଼ ହନୁମାନ ମନ୍ଦିର ନିକଟରେ ଅଭିଯୁକ୍ତକୁ ଧରିବାରେ ସଫଳ ହୋଇଥିଲେ । ମାଜିଷ୍ଟେଡ୍ ତଥା ରଣପୁର ତହସିଲଦାର ରବିନ୍ ଚର୍ଚ୍ଚିଲ୍ ମିଶ୍ରଙ୍କ ଉପସ୍ଥିତିରେ ବ୍ରାଉନସୁଗର ଜବତ କରାଯାଇଥିବା ଏବଂ ଚାଲାଣରେ ବ୍ୟବହାର ହୋଇଥିବା ଏକ ବାଇକ ଜବତ କରାଯାଇଥିବା ସୂଚନା ମିଳିଛି । ଏନେଇ ରଣପୁର ଥାନାରେ ଏକ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!