Sunday, August 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘର ଭିତରୁ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 17, 2021
in Crime, State
ଘର ଭିତରୁ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର
29
VIEWS
Share on FacebookShare on Twitter

ବଡବିଲ, (ବାଘୁଆବାର୍ତ୍ତା): ଘର ଭିତରୁ ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ହତ୍ୟା ସନ୍ଦେହରେ ସ୍ଵାମୀଙ୍କୁ ଥାନାରେ ଅଟକ ରଖିଛି ପୋଲିସ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ଅନ୍ତର୍ଗତ ବିଲେଇପଦା ରୂପା ସାହିରେ । ଗୁରୁବାର ସେହି ଗ୍ରାମର ସୁରୁ କାରୁଆଙ୍କ ଘର ଭିତରୁ ଦୁର୍ଗନ୍ଧ ବାହାରିବାରୁ ଗ୍ରାମବାସୀଙ୍କ ସନ୍ଦେହ ହୋଇଥିଲା । ଏନେଇ ସେମାନେ ଯୋଡ଼ା ପୋଲିସକୁ ସୂଚନା ଦେଇଥିଲେ । ଯୋଡ଼ା ପୋଲିସ ସେଠାରେ ପହଞ୍ଚିବା ପରେ ଜଣାପଡ଼ିଥିଲା ଯେ, ଘର ଭିତରେ ସୁରୁ କାରୁଆଙ୍କ ବୋହୂ ସୁନୀତା କାରୁଆଙ୍କ ମୃତଦେହ ପଡ଼ି ରହିଛି ଏବଂ ସେଥିରୁ ପ୍ରବଳ ଦୁର୍ଗନ୍ଧ ବାହାରୁଛି । ୩ରୁ ୪ଦିନ ପୂର୍ବେ ସୁନୀତାଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରୁଛି ପୋଲିସ । ଶୁକ୍ରବାର ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ମୃତକର ସ୍ଵାମୀ ସୁରେନ୍‌ କାରୁଆକୁ ଥାନାରେ ଅଟକ ରଖି ପଚରା ଉଚୁରା ଚଳାଇଛି ପୋଲିସ । ତେବେ କେଉଁ ପରିସ୍ଥିତିରେ ସୁନୀତାଙ୍କର ମୃତ୍ୟୁ ଘଟିଲା ଏବଂ ଏହା ହତ୍ୟାକାଣ୍ଡ ନା ଆଉ କିଛି କାରଣ ରହିଛି ସେନେଇ ଖୋଳତାଡ଼ ଚଳାଇଛି ପୋଲିସ୍ । ସୁରେନଙ୍କ ପ୍ରଥମ ପତ୍ନୀଙ୍କ ମୃତ୍ୟୁ ପରେ ସେ ସୁନୀତାଙ୍କୁ ବିବାହ କରିଥିଲେ । ସେ ତାଙ୍କ ବାପା ଓ ପତ୍ନୀଙ୍କ ସହ ଏହି ଘରେ ରହି ଆସୁଥିଲେ । ସେପଟେ ବାପା ସୁରୁଙ୍କ କହିବା ଅନୁଯାୟୀ, ପୁଅ-ବୋହୂ ଅଧିକାଂଶ ସମୟରେ ମଦ୍ୟପାନ କରି ମାଡ଼ପିଟ ହୁଅନ୍ତି । ତେବେ ସୁନୀତାଙ୍କ ମୃତ୍ୟୁ କିପରି ଘଟିଲା ତାହା ସେ ଜାଣିନାହାନ୍ତି ବୋଲି କହିଛନ୍ତି । ସେପଟେ ପୋଲିସ ଏନେଇ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଚଳାଇଛି । ପୋଷ୍ଟ ମର୍ଟମ ରିପୋର୍ଟ ଆସିବା ପରେ ମୃତ୍ୟୁ ପଛର କାରଣ ସ୍ପଷ୍ଟ ହୋଇପାରିବ ବୋଲି କହିଛି ପୋଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!