Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
September 18, 2021
in Crime, State
୩୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୪ ଗିରଫ
25
VIEWS
Share on FacebookShare on Twitter

ଜଳେଶ୍ଵର, (ବାଘୁଆବାର୍ତ୍ତା): ନିଶା କାରବାରର ହବ୍ ପାଲଟିଛି ଜଳେଶ୍ଵର। ବାଲେଶ୍ଵର ଜିଲ୍ଲା ଜଳେଶ୍ଵରର ୨ଟି ଅଞ୍ଚଳରୁ ପୁଣି ବ୍ରାଉନସୁଗାର ଜବତ। ଝାଡେଶ୍ଵରପୁର ଓ ରାଜପୁର ଅଞ୍ଚଳରୁ ୩୫୦ ଗ୍ରାମର ବ୍ରାଉନସୁଗାର ଜବତ କରିଛି ପୋଲିସ। ଏହା ସହ ଜଣେ ମହିଳା ସମେତ ୪ ଜଣଙ୍କୁ ଅଟକ ରଖିଛି ପୋଲିସ। ଅଟକମାନେ ହେଲେ ସେକ ଭିକାରୀ, ସେକ ରାଜା, ସେକ ମମତାଜ। ଜଳେଶ୍ୱର ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଏବେ ପୋଲିସ ଏବଂ ଏସଟିଫର ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ପୋଲିସ ଆଖିରେ ଧୂଳି ଦେଇ ଜଳେଶ୍ଵର ଅଞ୍ଚଳରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ବ୍ରାଉନସୁଗାର ପଠାଉଛନ୍ତି ମାଫିଆ। ତେବେ ବିଶେଷ ସୂତ୍ରରୁ ଖବର ପାଇ ଜଳେଶ୍ଵର ପୋଲିସ ୨ଟି ଅଞ୍ଚଳରେ ଚଢାଉ କରି ୩୫୦ ଗ୍ରାମର ଧଳା ଜହର ଜବତ କରିଛି। ଗତକାଲି ପୋଲିସ ରାଜପୁର ଅଞ୍ଚଳରେ ଚଢାଉ କରି କିଙ୍ଗପିନ୍ ସେକ ମମତାଜକୁ ଗିରଫ କରିବା ସହ ୨୦୦ ଗ୍ରାମରୁ ଉର୍ଦ୍ଧ୍ଵ ବ୍ରାଉନସୁଗାର ଜବତ କରିଛି। ସେହିପରି ଆଜି ଭୋର ସମୟରେ ଜଳେଶ୍ୱର ପୋଲିସ ଝାଡେଶ୍ୱରପୁର ଅଞ୍ଚଳରେ ସେକ ନୁରହୁସେନ ଘରେ ଚଢ଼ାଉ କରି ୧୫୦ ଗ୍ରାମ୍‌ରୁ ଉର୍ଦ୍ଧ୍ଵ ବ୍ରାଉନ ସୁଗାର ଜବତ କରିବା ସହିତ ସେକ ନୁରହୁସେନଙ୍କର ସ୍ତ୍ରୀ ସହିତ ୨ ପୁଅ ସେକ ଭିକାରୀ ଓ ସେକ ରାଜାକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି। ଜବତ ବ୍ରାଉନ ସୁଗାରର ଆନୁମାନିକ ମୂଲ୍ୟ ୩୫ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!