Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂଘବଦ୍ଧ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର

by ସଞ୍ଜୟ ସ୍ୱାଇଁ
September 19, 2021
in Crime, State
ସଂଘବଦ୍ଧ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର
44
VIEWS
Share on FacebookShare on Twitter

ଖଲ୍ଲିକୋଟ, (ବାଘୁଆବାର୍ତ୍ତା): ସଂଘବଦ୍ଧ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଆଉ ଏହା ପରେ ଅଭିଯୁକ୍ତମାନଙ୍କ ଘରେ ନିଆଁ ଲଗାଇ ଦେଇଥିଲେ ଗାଁ ଲୋକେ। ଫଳରେ ଗାଁରେ ଉତ୍ତେଜନାମୂଳକ ସ୍ଥିତି ସୃଷ୍ଟି ହୋଇଥିବା ବେଳେ ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛି। ଘଟଣାଟି ଘଟିଛି ଗଞ୍ଜାମ ଜିଲ୍ଲାର କୋଦଳାରେ। ଆଜି ସକାଳେ କୋଦଳାର ଖଦଳା ସାହିର କାଳୁ ନାହାକ ଦୋକାନରୁ ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କୁ ଖଣ୍ଡାରେ ଆକ୍ରମଣ କରିଥିଲେ। କୋଦଳା ରେଞ୍ଜରଙ୍କ ବଙ୍ଗଳା ସାମ୍ନାରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଘଟଣାସ୍ଥଳରେ ହିଁ କାଳୁଙ୍କ ପ୍ରାଣପାୟୁ ଉଡ଼ି ଯାଇଥିଲା। ଏହି ଆକ୍ରମଣରେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ପରେ ସ୍ଥାନୀୟ ଲୋକେ ରାଗି ଯାଇଥିଲେ। ସେମାନେ ଅଭିଯୁକ୍ତମାନଙ୍କ ଘରେ ନିଆଁ ଲଗାଇ ଦେଇଥିଲେ। ୩ଟି ଘରେ ଗାଁ ଲୋକେ ନିଆଁ ଲଗାଇ ଦେଇଥିଲେ। ଏହା ସହିତ ଟାୟାର ଜାଳି ଓ କାଠ ଗଣ୍ଡି ପକାଇ ଗାଁ ଲୋକେ କୋଦଳା ମୁଖ୍ୟରାସ୍ତାକୁ ଅବରୋଧ କରିଥିଲେ। ଗାଁରେ ସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇଯାଇଥିଲା। ଖବର ପାଇ ପୁରୁଷୋତ୍ତମ ପୁର ଏସଡିପିଓ ଏବଂ କୋଦଳା ପୁଲିସ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ସ୍ଥିତିରେ ସୁଧାର ଆସିଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଥିବା ବେଳେ ପୁଲିସ୍ ତିନି ଜଣ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!