Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଣେ ବ୍ୟକ୍ତିଙ୍କୁ ପଥର ଛେଚି ହତ୍ୟା କରାଯାଇଥିବା ଅଭିଯୋଗ, ମୃତଦେହ ପାଖରେ ରକ୍ତରେ ଲେଖାଯାଇଛି ‘Next Target….’

by ସଞ୍ଜୟ ସ୍ୱାଇଁ
September 20, 2021
in Crime, State
ଜଣେ ବ୍ୟକ୍ତିଙ୍କୁ ପଥର ଛେଚି ହତ୍ୟା କରାଯାଇଥିବା ଅଭିଯୋଗ, ମୃତଦେହ ପାଖରେ ରକ୍ତରେ ଲେଖାଯାଇଛି ‘Next Target….’
196
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଚୁଙ୍ଗୁଡ଼ିଘାଇ ଗାଁ ଠାକୁରାଣୀ ମନ୍ଦିର ନିକଟରେ ରାତିରେ ଶୋଇଥିଲା ବେଳେ ଜଣେ ବ୍ୟକ୍ତିଙ୍କୁ ପଥର ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିନାୟକ ପ୍ରଧାନ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ବିନାୟକଙ୍କ ମୃତଦେହ ନିକଟର ରକ୍ତରେ ‘Next Target’ ଲେଖା ହୋଇଛି। ‘Next Target’ ପରେ ଇଂରାଜୀରେ ଆଉ ଦୁଇଟି ଶବ୍ଦ ମଧ୍ୟ ଲେଖାଯାଇଛି। ସେ ଦୁଇଟି ଶବ୍ଦ କ’ଣ ଲେଖାଯାଇଛି, ତାହା ସ୍ପଷ୍ଟ ଭାବେ ଜଣାପଡ଼ୁନି। ତେବେ ତାହା କୌଣସି ବ୍ୟକ୍ତିଙ୍କ ନାଁ ବୋଲି ଅନୁମାନ କରାଯାଉଛି। ପୁଲିସ୍‌ ଏବେ ଘଟଣାର ତଦନ୍ତ କରୁଥିବା ବେଳେ ଏନେଇ କିଛି ସ୍ପଷ୍ଟ କରିନାହିଁ। ମିଳିଥିବା ସୂଚନା ଅନୁସାରେ, ବିନାୟକଙ୍କ ଘର ଗ୍ରାମ ଠାକୁରାଣୀ ମନ୍ଦିର ନିକଟରେ। ସେ ସବୁବେଳେ ଠାକୁରାଣୀ ମନ୍ଦିର ପାଖରେ ଶୋଇଥା’ନ୍ତି। ଗତକାଲି ସେ ଠାକୁରାଣୀ ମନ୍ଦିରରେ ଶୋଇଥିଲା ବେଳେ ତାଙ୍କୁ ପଥର ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିନାୟକଙ୍କ ମୃତଦେହ ଠାକୁରାଣୀ ମନ୍ଦିର ନିକଟରେ ପଡ଼ିଥିବା ଗ୍ରାମବାସୀ ଆଜି ସକାଳେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ସାଇଣ୍ଟିଫିକ୍ ଟିମ୍‌ ଆସି ଯାଞ୍ଚ କରିବା ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ଜଣାପଡ଼ିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!