Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାନ୍ଦିପୁର ଆଇଟିଆରରେ ପାକିସ୍ତାନୀ ଟଙ୍କା

by ସଞ୍ଜୟ ସ୍ୱାଇଁ
September 21, 2021
in Crime, State
ଚାନ୍ଦିପୁର ଆଇଟିଆରରେ ପାକିସ୍ତାନୀ ଟଙ୍କା
90
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଚାନ୍ଦିପୁର ଡିଆରଡିଓରୁ ତଥ୍ୟ ଲିକ୍ ଅଭିଯୋଗ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି ସାଂଘାତିକ ତଥ୍ୟ। ଚାନ୍ଦିପୁର ଆଇଟିଆରରୁ ପାକିସ୍ତାନ ଟଙ୍କା ମିଳିବା ପରେ ଏହାର ଖୁଲାସା କରିଛି କ୍ରାଇମବ୍ରାଞ୍ଚ । ଉତ୍ତରପ୍ରଦେଶ ହ୍ୟାଣ୍ଡଲରଙ୍କ ଜରିଆରେ ପାକିସ୍ତାନରୁ ଟଙ୍କା ଆସି ଚାନ୍ଦିପୁରରେ ପହଞ୍ଚୁଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। । କେବଳ ସେତିକି ନୁହେଁ, ବାଂଲାଦେଶୀ ସ୍ଲିପର ସେଲ୍ ଜରିଆରେ ମଧ୍ୟ କିଛି ଟଙ୍କା ଦିଆଯାଇଥିବା ନେଇ କ୍ରାଇମବ୍ରାଞ୍ଚ ହାତରେ ତଥ୍ୟ ଲାଗିଛି। ବାଂଲାଦେଶୀଙ୍କ ଉପରେ ତୀକ୍ଷ୍ଣ ନଜର ରଖାଯିବା ସହ ସ୍ଲିପର ସେଲ୍‌ର ସନ୍ଧାନ କରୁଛି କ୍ରାଇମବ୍ରାଞ୍ଚ । ଏଥିସହ ଟଙ୍କା କାରବାର ସମ୍ପର୍କରେ ବିଭିନ୍ନ ବ୍ୟାଙ୍କକୁ ତଥ୍ୟ ମଗାଯାଇଛି । ଅନ୍ୟପଟେ କେଉଁ କେଉଁ ତଥ୍ୟ ଲିକ୍ ହୋଇଛି ଏବଂ ତାହାର ଗୁରୁତ୍ୱ କଣ, ସେସବୁର ତର୍ଜମା ପାଇଁ ଏୟାରଫୋର୍ସର ଏକ ୩ ଜଣିଆ ଟିମ୍ କ୍ରାଇମବ୍ରାଞ୍ଚକୁ ତଦନ୍ତରେ ସହଯୋଗ କରୁଛି । ଗତକାଲି ଏୟାରଫୋର୍ସ ଟିମ୍ ସଦସ୍ୟ କଟକ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟରେ ପହଞ୍ଚି ଅଭିଯୁକ୍ତମାନଙ୍କୁ ମାରାଥନ ଜେରା କରିଥିଲେ । ୫ ଘଣ୍ଟା ଧରି ଏହି ଟିମ୍ ୫ ଅଭିଯୁକ୍ତଙ୍କୁ ଜଣ ଜଣ କରି ଜେରା କରିଥିବା ସୂଚନା ମିଳିଛି । କେଉଁ କେଉଁ ତଥ୍ୟ ଏମାନେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ISIକୁ ପ୍ରଦାନ କରିଛନ୍ତି, ଏସବୁ ନେଇ ଗୁଡେଇ ତୁଡେଇ ପ୍ରଶ୍ନ କରିଥିଲେ ଏୟାର ଫୋର୍ସ ଅଧିକାରୀ । ଅନ୍ୟପଟେ ଉତ୍ତରପ୍ରଦେଶରେ ରହିଥିବା ପାକିସ୍ତାନୀ ହ୍ୟାଣ୍ଡଲର ସେମାନଙ୍କୁ ନିୟନ୍ତ୍ରଣ କରୁଥିବା ସୂଚନା ରହିଛି । ବର୍ତ୍ତମାନ ସେ ହ୍ୟାଣ୍ଡଲରଙ୍କୁ ଠାବ କରିବା ସହ ଅନ୍ୟ କେଉଁ କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେନେଇ କ୍ରାଇମବ୍ରାଞ୍ଚ ଜେରା ଆଗକୁ ବଢାଇଛି । ହ୍ୟାଣ୍ଡଲରକୁ ଠାବ କରାଯିବା ପରେ ଅଧିକ ତଦନ୍ତ ପାଇଁ NIAର ସହଯୋଗ ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!