Thursday, March 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜଳ ପ୍ରପାତରେ ଡେଇଁ ନିଖୋଜ ଥିବା ଯୁବକ-ଯୁବତୀଙ୍କ ମୃତଦେହକୁ ଆଜି ଉଦ୍ଧାର କରାଯାଇଛି

by ସଞ୍ଜୟ ସ୍ୱାଇଁ
September 28, 2021
in Crime, State
ଜଳ ପ୍ରପାତରେ ଡେଇଁ ନିଖୋଜ ଥିବା ଯୁବକ-ଯୁବତୀଙ୍କ ମୃତଦେହକୁ ଆଜି ଉଦ୍ଧାର କରାଯାଇଛି
111
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଗୋଧସ ଜଳ ପ୍ରପାତରେ ଡେଇଁ ନିଖୋଜ ଥିବା ଯୁବକ-ଯୁବତୀଙ୍କ ମୃତଦେହକୁ ଆଜି ଉଦ୍ଧାର କରାଯାଇଛି। ମୃତକ ଦ୍ୱୟ ଛତିଶଗଡ଼ର ଗରିଆବନ୍ଧ ଜିଲ୍ଲାର ପିପଲଛେଡ଼ି ଥାନା ଅନ୍ତର୍ଗତ ଥୁହାପାନି ଗାଁର ବୋଲି ଜଣାପଡ଼ିଛି। ସେମାନେ ହେଉଛନ୍ତି ଧନିରାମ ଆଁଟି ଓ ଦେମତି ସୋରୀ। ଗତ ୨୬ ତାରିଖ ଦିନ ସେମାନେ ଏକ ବାଇକ୍‌ରେ ଏଠାକୁ ଆସିଥିଲେ। ସେମାନେ ବାଇକ୍‌ରୁ ଓହ୍ଲାଇବା ପରେ ଜଳ ପ୍ରପାତକୁ ଡେଇଁ ପଡ଼ିଥିଲେ। ତେବେ ସେମାନେ ଜଳ ପ୍ରପାତକୁ ଡେଇଁବା ବେଳେ ସ୍ଥାନୀୟ ଅଞ୍ଚଳର କିଛି ଲୋକ ଦେଖିଥିଲେ। ସେମାନେ ଏନେଇ ଧରମବନ୍ଧା ଥାନାରେ ଜଣାଇଥିଲେ। ଘଟଣାସ୍ଥଳରେ ବାଇକ୍, ପୋଷାକ ଓ ଏକ ସୁଇସାଇଡ୍‌ ନୋଟ୍‌ ଥିଲା। ଅଗ୍ନିଶମ ବାହିନୀ ଓ ପୁଲିସ୍‌ ପହଞ୍ଚି ସେମାନଙ୍କୁ ଖୋଜାଖୋଜି କରିଥିଲେ। କିନ୍ତୁ ପାଇ ନଥିଲେ। ଗତକାଲି ରାତିରେ ସେଠାରେ ୨ଟି ଶବ ଭାସୁଥିବା ନେଇ ଲୋକେ ସୂଚନା ଦେଇଥିଲେ। ଏହା ପରେ ସକାଳେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ୨ଟି ଯାକ ଶବକୁ ଉଦ୍ଧାର କରିଥିଲା। ଧରମବନ୍ଧା ପୁଲିସ ଶବ ଦୁଇଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!