Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଦ୍ଦାନ୍ତ ଗାଙ୍ଗଷ୍ଟର ହାଇଦର ପୁଅ ସେକ୍‌ କାଦିର ଓରଫ ମୁନ୍ନାକୁ ଆଜୀବନ କାରାଦଣ୍ଡ

by ସଞ୍ଜୟ ସ୍ୱାଇଁ
October 4, 2021
in Crime, State
ଦୁର୍ଦ୍ଦାନ୍ତ ଗାଙ୍ଗଷ୍ଟର ହାଇଦର ପୁଅ ସେକ୍‌ କାଦିର ଓରଫ ମୁନ୍ନାକୁ ଆଜୀବନ କାରାଦଣ୍ଡ
198
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): ଦୁର୍ଦ୍ଦାନ୍ତ ଗାଙ୍ଗଷ୍ଟର ହାଇଦର ପୁଅ ସେକ୍‌ କାଦିର ଓରଫ ମୁନ୍ନାକୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଦୌରା ଜଜ। ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାମାମଲାରେ କାଦିର ଦୋଷୀ ସାବ୍ୟସ୍ତ ହୋଇଛି। ବ୍ୟବସାୟୀ ସାହା ନବାଜଙ୍କୁ ଦାଦାବଟି ମାଗି ବିଫଳ ହେଲା ପରେ ସେକ୍‌ କାଦିର ତାଙ୍କ ଦୋକାନରେ ପଶି ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ତେବେ ଏହି ମାମଲାରେ ଅନ୍ୟ ୮ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ସରକାରୀ ଆଇନ୍‌ଜୀବୀ ମାନସ ରଂଜନ ବେହେରା। ଦୁର୍ଦ୍ଦାନ୍ତ ଅପରାଧୀ ତଥା ବିଗତ ଦିନର ଗ୍ୟାଙ୍ଗଷ୍ଟାର ହାଇଦରର ବଡ଼ ପୁଅ ହେଉଛି ସେକ୍‌ କାଦିର। କାଦିର ନାଁରେ ବିଭିନ୍ନ ଥାନାରେ ପ୍ରାୟ ୩୦ରୁ ଅଧିକ ମାମଲା ରହିଛି। ଧମକ ଚମକ ଦେବା, ଦାଦାବଟି ଆଦାୟ, ହତ୍ୟା ଧମକ, ଟେଣ୍ଡର ଫିକ୍ସିଂ, ବୋମାମାଡ଼, ଲୁଟ, ହତ୍ୟା ପ୍ରଭୃତି ମାମଲାରେ ସେକ କାଦିରର ସମ୍ପୃକ୍ତି ରହିଛି। ନିକଟରେ ହାଇଦରର ମୃତ୍ୟୁ ପରେ ନିଜ ବାପାର ଅନ୍ତେଷ୍ଟି କ୍ରିୟାରେ ଯୋଗଦେବା ପାଇଁ ସେକ କାଦିର ଜାମିନ ପାଇଁ କୋର୍ଟଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!