Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୯୦୦ ଲିଟର ନକଲି ମଦ ଧରିଲା ଅବକାରୀ ବିଭାଗ

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
୯୦୦ ଲିଟର ନକଲି ମଦ ଧରିଲା ଅବକାରୀ ବିଭାଗ
50
VIEWS
Share on FacebookShare on Twitter

ଜଳେଶ୍ୱର, (ବାଘୁଆବାର୍ତ୍ତା): ଦୁର୍ଗା ପୂଜା ପାଇଁ ଏକ ଖୋଲା ଭ୍ୟାନରେ ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିଲା ୯୦୦ ଲିଟର ନକଲି ମଦ। ହେଲେ ବାଟରେ ଅବକାରୀ ବିଭାଗ ଚଢ଼ାଉ କରି ଏହାକୁ ଜବତ କରିଛି। ଯାହାର ଅନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କା ହେବ। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲା କମର୍ଦ୍ଦା ଥାନା ଅନ୍ତର୍ଗତ ବାଟଗ୍ରାମ ଅଞ୍ଚଳରେ। ଏହି ଘଟଣାରେ ଅବକାରୀ ବିଭାଗ ତିନି ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କ ମଧ୍ୟରେ ଦୁଇ ଜଣ ବିହାରର ହୋଇଥିବା ବେଳେ ଅନ୍ୟ ଜଣେ ଗାଡ଼ି ଡ୍ରାଇଭର ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ପଶ୍ଚିମବଙ୍ଗରୁ ନକଲି ମଦ ବାଟଗ୍ରାମ ଅଞ୍ଚଳ ଦେଇ ଆସୁଥିବା ଅବକାରୀ ବିଭାଗ କୌଣସି ସୂତ୍ରରୁ ଖବର ପାଇଥିଲା। ବାଲେଶ୍ୱର ଅବକାରୀ ଡେପୁଟି କମିଶନର ଅଶୋକ କୁମାର ଶତପଥୀଙ୍କ ନିର୍ଦ୍ଦେଶ କ୍ରମେ ଜଳେଶ୍ୱର ଅବକାରୀ ଓଆଇସି ଦେବେନ୍ଦ୍ର କୁମାର ବେହେରା ଓ ତାଙ୍କର ୨୨ ଜଣିଆ ଏକ ଟିମ୍‌ ମିଳିତ ଭାବେ ବାଟଗ୍ରାମ ନିକଟରେ ନାକାବନ୍ଦୀ କରି ଗାଡ଼ିମୋଟର ଯାଞ୍ଚ କରୁଥିଲେ। ଏହି ସମୟରେ ପଶ୍ଚିମବଙ୍ଗରୁ ଏକ ଖୋଲା ଭ୍ୟାନ ଏହି ରାସ୍ତା ଦେଇ ଯାଉଥିଲା। ଅବକାରୀ ବିଭାଗ ବାଟଗ୍ରାମ ନିକଟରେ ଗାଡ଼ିଟିକୁ ଅଟକାଇଥିଲା। ଗାଡ଼ି ଯାଞ୍ଚ କଲାବେଳେ ସେଥିରୁ ୯୦୦ ଲିଟର ନକଲି ମଦ ବାହାରିଥିଲା। ଅବକାରୀ ବିଭାଗ ଏହି ନକଲି ମଦ ଜବତ କରି ଘଟଣାର ତଦନ୍ତ କରୁଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!