Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ରୀମନ୍ଦିରସ୍ଥିତ ବାମନ ମନ୍ଦିର ପରିସରରେ ଜଣେ ନାବାଳିକାକୁ ଯୌନ ନିର୍ୟାତନା

by ସଞ୍ଜୟ ସ୍ୱାଇଁ
October 9, 2021
in Crime, State
116
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଶ୍ରୀମନ୍ଦିରସ୍ଥିତ ବାମନ ମନ୍ଦିର ପରିସରରେ ଜଣେ ନାବାଳିକାକୁ ଯୌନ ନିର୍ୟାତନା ଦିଆଯାଇଥିବା ଅଭିଯୋଗ ହୋଇଛି । ଶୁକ୍ରବାର ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଏଭଳି ଘଟିଥିବା ନେଇ ସିଂହଦ୍ୱାର ଥାନାରେ ଏତଲା ହୋଇଛି । ଏନେଇ ପୁଲିସ ପୋକ୍‌ସୋ ଆକ୍ଟ ବଳରେ ମାମଲା ରୁଜୁ କରିଛି । ମାମଲାରେ ଜଣେ ପୂଜକଙ୍କୁ ଅଟକ ରଖି ପୁଲିସ ଜେରା କରୁଛି । ଏହି ଘଟଣା ପରିପ୍ରେକ୍ଷୀରେ ଶ୍ରୀମନ୍ଦିର ପରିସରରେ ଶିଶୁ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ପୁରୀ ବାହାରର ଜଣେ ଶ୍ରଦ୍ଧାଳୁଙ୍କ ସହ ନାବାଳିକାଟି ଶ୍ରୀମନ୍ଦିର ଆସିଥିଲା । ବାମନ ମନ୍ଦିରରେ ପୂଜକ ଜଣକ ଶିଶୁକୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଶିଶୁର ଅଭିଭାବକ ( ଯାହା ସହ ଆସିଥିଲା) ଏନେଇ ସିଂହଦ୍ୱାର ଥାନାରେ ଅଭିଯୋଗ କରିବା ପରେ ପୁଲିସ ପୂଜକକୁ ଥାନାକୁ ଉଠାଇ ଆଣିଛି । କେଉଁ ପରିସ୍ଥିତିରେ ଏଭଳି ଅଭାବନୀୟ ଘଟଣା ଘଟିଲା ତାହାର ଛାନ୍‌ଭିନ୍‌ କରୁଛି ପୁଲିସ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!