Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାହାଯ୍ୟ କରିବା ବାହାନାରେ ଏଟିଏମରୁ ଚୋରୀ କରୁଥିବା ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
October 11, 2021
in Crime, State
ସାହାଯ୍ୟ କରିବା ବାହାନାରେ ଏଟିଏମରୁ ଚୋରୀ କରୁଥିବା ଅଭିଯୁକ୍ତ ଗିରଫ
62
VIEWS
Share on FacebookShare on Twitter

ସୁବର୍ଣ୍ଣପୁର, (ବାଘୁଆବାର୍ତ୍ତା): ସାହାଯ୍ୟ କରିବା ବାହାନାରେ ଏଟିଏମରୁ ଚୋରୀ କରୁଥିବା ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି ସୁବର୍ଣ୍ଣପୁର ପୋଲିସ୍। ଗିରଫ ଅଭିଯୁକ୍ତ ଜିଲ୍ଲାର ବୀରମହାରାଜପୁର ବ୍ଲକ ସଦେଇପୁର ଗାଁର ୪୪ବର୍ଷିୟ ସୂର୍ୟ୍ୟନାରାୟଣ ବିଶ୍ୱାଳ। ଗତ କିଛି ଦିନତଳେ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଓ ଉଲୁଣ୍ଡାରୁ ଦୁଇ ଦୁଇଟି ଏଟିଏମ ଚୋରୀ ଘଟଣା ପୋଲିସଙ୍କ ପାଖରେ ଅଭିଯୋଗ ହୋଇଥିଲା। ଏହି ଦୁଇ ଏଟିଏମରୁ ଚୋର ନୀରିହ ଲୋକଙ୍କୁ ସହଯୋଗ କରିବା ବାହାନାରେ ତାଙ୍କ ଏଟିଏମକୁ ଚତୁରତାର ସହିତ ବଦଳାଇ ପାଖାପାଖି ୪୫ହଜାର ଟଙ୍କା ଚୋରୀ କରିଥିଲା। ଲୋକଙ୍କ ଆକାଉଣ୍ଟରୁ ଟଙ୍କା ଚାଲିଯିବା ପରେ ଏମାନେ ଉଲୁଣ୍ଡା ଓ ସୋନପୁର ଥାନାରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ କରି ପୋଲିସ ଏହି ଘଟଣାରେ ସମ୍ପୃକ୍ତ ବ୍ୟକ୍ତିକୁ ଧରିବା ସହିତ ୩୭ହଜାର ଟଙ୍କା ଓ ତିନୋଟି ଏଟିଏମ ଜବତ କରିଛି। ଏନେଇ ଆଜି ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ କରି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ସୀତାରାମ ଶତପଥୀ ସୂଚନା ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!