Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଧୂହତ୍ୟା ମାମଲାରେ ଶାଶୁ, ଶ୍ୱଶୁର, ସ୍ୱାମୀ ଓ ଦିଅର ଚାରି ଜଣଙ୍କୁ ଆଜୀବନ କାରାଦଣ୍ଡ

by ସଞ୍ଜୟ ସ୍ୱାଇଁ
October 12, 2021
in Crime, State
ବଧୂହତ୍ୟା ମାମଲାରେ ଶାଶୁ, ଶ୍ୱଶୁର, ସ୍ୱାମୀ ଓ ଦିଅର ଚାରି ଜଣଙ୍କୁ ଆଜୀବନ କାରାଦଣ୍ଡ
335
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ବଧୂହତ୍ୟା ମାମଲାରେ ଚାରି ଜଣଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ଯାଜପୁର ଜିଲ୍ଲା ଦୌରାଜଜ୍। ସ୍ୱାମୀ, ଶ୍ୱଶୁର, ଦିଅର ଓ ଶାଶୁଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ । ସୂଚନା ଅନୁସାରେ, ମାହାଙ୍ଗା ଥାନା ମଣ୍ଡା ଗାଁର ବାବାଜୀ ପଣ୍ଡାଙ୍କ ଝିଅ ଲକ୍ଷ୍ମୀପ୍ରିୟା ଜେନାପୁର ଥାନା ଦଣ୍ଡାଘାଟି ଗାଁର ବୀରବର ପଣ୍ଡାଙ୍କ ପୁଅ ଚକ୍ରଧର ପଣ୍ଡାଙ୍କୁ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ପରେ ଉଭୟ ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଶାଶୁଘର ଲୋକେ ଝିଅକୁ ନିର୍ୟାତନା ଦେଉଥିବା ବେଳେ ଆପୋସ ବୁଝାମଣାରେ ତାହାର ସମାଧାନ ହୋଇଥିଲା। ତେବେ ୨୦୧୪ ମସିହା ଫେବୃଆରୀ ୩ ତାରିଖରେ ଲକ୍ଷ୍ମୀପ୍ରିୟାଙ୍କୁ ତାଙ୍କ ସ୍ୱାମୀ ଚକ୍ରଧର, ଦିଅର ଅମୀ, ଶାଶୁ ତନୁଲତା ଓ ଶ୍ୱଶୁର ବୀରବର କିରୋସିନି ଢାଳି ନିଆଁ ଲଗାଇ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ଲକ୍ଷ୍ମୀପ୍ରିୟାଙ୍କୁ ଗାଁ ଲୋକେ ଉଦ୍ଧାର କରି କଟକ ବଡ ମେଡିକାଲରେ ଭର୍ତ୍ତି କରିଥିଲେ। ଏହି ସମୟରେ କଟକ ଏସିପି ଏକ୍ସ୍ୟୁଟିଭ୍ ମାଜିଷ୍ଟେଟ ହିସାବରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ଲକ୍ଷ୍ମୀପ୍ରିୟାଙ୍କ ମୃତ୍ୟୁକାଳୀନ ଜମାନ ବନ୍ଦୀ ରେକର୍ଡ କରିଥିଲେ। ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହାପରେ ଲକ୍ଷ୍ମୀପ୍ରିୟାଙ୍କ ମା’ କମଳା ପଣ୍ଡା ଜେନାପୁର ଥାନାରେ ଅଭିଯୋଗ କରିଥିଲେ। ପରେ ପୁଲିସ ମାମଲା ରୁଜୁ କରି ସ୍ୱାମୀ,ଦିଅର,ଶାଶୁ ଓ ଶ୍ୱଶୁରଙ୍କୁ ଗିରଫ କରି କୋର୍ଟ ଚାଲଣ କରିଥିଲା । ତେବେ ଗତକାଲି ୧୬ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି ଜିଲ୍ଲା ଦୌରାଜଜ ସମସ୍ତଙ୍କୁ ଆଜୀବନ କାରାଦଣ୍ଡର ରାୟ ଶୁଣାଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!