Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରଗଡ଼ରେ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
October 13, 2021
in Crime, State
ବରଗଡ଼ରେ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ
92
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବରଗଡ଼ ଜିଲ୍ଲା କୁଠାରପାଲି ଗାଁର ଜଣେ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ। ପ୍ରଧାନ ଶିକ୍ଷକ ହେଉଛନ୍ତି ପ୍ରହ୍ଲାଦ ଦାସ। ତାଙ୍କୁ ୫୭ବର୍ଷ ହୋଇଥିଲା। ସକାଳୁ ତାଙ୍କ ଘରଠାରୁ ୫ଶହ ମିଟର ଦୂର ନିଛାଟିଆ ଜାଗାରେ ଏକ କୁମ୍ଭୀ ଗଛରୁ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଗ୍ରାମବାସୀ ଦେଖିଥିଲେ। ପରେ ପରିବାର ଲୋକେ ସେଠାରେ ପହଞ୍ଚି ପୋଲିସକୁ ସୂଚନା ଦେଇଥିଲେ। ଅମ୍ଭାଭୋନା ପୋଲିସ ଖବର ପାଇ ଘଟଣାସ୍ଥଳକୁ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି। ଏନେଇ ଥାନା କେସ୍ ନମ୍ବର ୫/୨୧ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନଥିଲେ ମଧ୍ୟ ସେ ସ୍ୱାସ୍ଥ୍ୟଗତ କାରଣରୁ ଚାପ ଗ୍ରସ୍ତ ହୋଇ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ମୃତ ପ୍ରହ୍ଲାଦଙ୍କ କାକା ନାରାୟଣ ଦାସ କହିଛନ୍ତି। ପରିବାରରେ ସ୍ତ୍ରୀ ନଳିନୀ ଦାସ ଓ ତିନି ଭଉଣୀ। ତିନି ଭଉଣୀଙ୍କ ବିବାହ ହୋଇସାରିଛି। ତାଙ୍କର କୌଣସି ସନ୍ତାନ ନାହାନ୍ତି। ବୁଢ଼ୀପାଳି ଗାଁ ୟୁପି ସ୍କୁଲରେ ପ୍ରହ୍ଲାଦ ଦାସ ପ୍ରଧାନ ଶିକ୍ଷକଭାବେ ରହିଥିଲେ। ସେ ଭଲିବଲ ଟିମ୍ ଗଠନ କରି ସେ ଅନେକ ମ୍ୟାଚ ଖେଳିବା ସହ ଖେଳାଳିଙ୍କୁ ପ୍ରଶିକ୍ଷଣ ଦେଉଥିଲେ। ତାଙ୍କର ଏପରି ଅକାଳ ବିୟୋଗରେ ଅମ୍ଭାଭୋନା ମିଳିତ ଶିକ୍ଷକ ସଂଘ, ଅମ୍ବାଭୋନା ଭଲିବଲ ଟିମ ସହିତ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!