Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ ଏନକାଉଣ୍ଟରେ ଦୁଇ ଜଣ ଅପରାଧୀ ଆହତ

by ସଞ୍ଜୟ ସ୍ୱାଇଁ
October 14, 2021
in Crime, State
ପୁଲିସ ଏନକାଉଣ୍ଟରେ ଦୁଇ ଜଣ ଅପରାଧୀ ଆହତ
172
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ଥାନା ଅନ୍ତର୍ଗତ ବିଶ୍ରା ମଣ୍ଡପ ନିକଟରେ ପୁଲିସ ଏନକାଉଣ୍ଟରେ ଦୁଇ ଜଣ ଅପରାଧୀ ଆହତ ହୋଇଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ସ୍ଥାନାନ୍ତର କରାଯାଇଛି। ଆଜି ଭୋରରେ ହୋଇଥିଲା ଏହି ଏନ୍‌କାଉଣ୍ଟର। ମିଳିଥିବା ସୂଚନା ଅନୁସାରେ, ବିଶ୍ରା ଅଞ୍ଚଳରେ ଦୁଇ ଜଣ ଅପରାଧୀ ଲୁଚି ରହିଥିବା ରାଉରକେଲା ପୁଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା। ତେଣୁ ଏହାର ଏକ ସ୍ପେଶାଲ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଦୁଇ ଅପରାଧୀଙ୍କୁ କାବୁ କରିବା ପାଇଁ ଚେଷ୍ଟା କରିଥିଲେ। ପୁଲିସ୍‌କୁ ଦେଖି ଅପରାଧୀମାନେ ଗୁଳି ଚଳାଇ ଥିଲେ। ଏହାର ଜବାବ ଦେବାକୁ ଯାଇ ପୁଲିସ ମଧ୍ୟ ଗୁଳି ଚଳାଇଥିଲା। ପୁଲିସ୍ ଗୁଳିରେ ଦୁଇ ଅପରାଧୀ ଆହତ ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସରକାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କୁ ବୁର୍ଲା ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁଇ ଅପରାଧୀ ଗତ ମାସ ୧୦ ତାରିଖରେ ରେଲୱେ କଲୋନୀ ହୋଇଥିବା ଗୁଳିମାଡ଼ ଘଟଣାରେ ସଂପୃକ୍ତ ଅଛନ୍ତି ବୋଲି ପୁଲିସ୍ ସନ୍ଦେହ କରୁଛି। ଆଜି ରାଉରକେଲା ଏସପି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ଅପରାଧୀଙ୍କ ବିଷୟରେ ସବିଶେଷ ତଥ୍ୟ ଦେବେ ବୋଲି ଜଣାପଡ଼ିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!