Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ପାଞ୍ଚ ଜଣ ଗିରଫ

by ସଞ୍ଜୟ ସ୍ୱାଇଁ
October 14, 2021
in Crime, State
ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ପାଞ୍ଚ ଜଣ ଗିରଫ
112
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ପାଞ୍ଚ ଜଣ ଗିରଫ ହୋଇଛନ୍ତି। କେନ୍ଦୁଝର ଟାଉନ୍ ଥାନା ପୁଲିସ୍ ମାମଲାରେ ୫ ଜଣଙ୍କୁ ଗିରଫ କରିଛି। ତେବେ ବିଧାୟକଙ୍କ ଉପରକୁ ରାଜନୈତିକ ନୁହେଁ ବରଂ ଆର୍ଥିକ କାରବାର ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ଼ ହୋଇଥିବା ପୁଲିସ କହିଛି। ଗିରଫ ମାନେ ହେଲେ ପ୍ରତାପ ରାଉତ, ଯିଏକି ମୁଖ୍ୟ ଅଭିଯୁକ୍ତ। ଆଉ ଚାରିଜଣ ହେଲେ ବିଦ୍ୟାଧର ପରିଡା, ମନମୋହନ ଦାସ(ମୁନା), ଶରତ ଚନ୍ଦ୍ର ଜେନା ଓ ଶିକୁଲ ଶେଖ। ଏମାନଙ୍କ ଠାରୁ ୪ଟି ମୋବାଇଲ ଦୁଇଟି ବାଇକ ଓ ଦୁଇଟି ଅଫୁଟା ବୋମା ଜବତ କରିଛି ପୁଲିସ। ଘଟଣାର ପୃଷ୍ଠଭୂମି ଅନୁସାରେ ଅକ୍ଟୋବର ୧୦ ତାରିଖ ରବିବାର ଦିନ ସଦର ବିଧାୟକ ମୋହନ ମାଝୀ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ସମୟରେ ମଣ୍ଡୁଆ ଆରଡେଇ ପୋଲ ନିକଟରେ ତାଙ୍କ ଗାଡି ଉପରକୁ ବୋମାମାଡ ହୋଇଥିଲା। ବୋମାମାଡ଼ରେ ବିଧାୟକ ଏବଂ ଗାଡ଼ିରେ ଥିବା ସୁରକ୍ଷା କର୍ମୀ ସମେତ ଅନ୍ୟମାନେ ସୁରକ୍ଷିତ ଥିଲେ। ଏବାବଦରେ ବିଧାୟକ ଟାଉନ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ଟାଉନ ପୁଲିସ କେସ୍ ନମ୍ବର 391 ତା-10/10/2021 ଦଫା 307/34 ଆଇ ପି ସି/3 ଆଣ୍ଡ 4, ଇ ଆଣ୍ଡ ଏସ ଆକ୍ଟ/25 ଆର୍ମସ ଆକ୍ଟ ଅନୁସାରେ ମାମଲା ରୁଜୁ କରିଥିଲା। ପରେ ପୁଲିସ ୩ଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲା। ଏବଂ ପୁଲିସ ପକ୍ଷରୁ ଅଭିଯୁକ୍ତ ମାନଙ୍କର ସିସିଟିଭି ଫୁଟେଜ୍ ଜାରି କରାଯାଇଥିଲା। ଏହି ଘଟଣାକୁ ନେଇ ବିଜେପି ପକ୍ଷରୁ ରାସ୍ତାରୋକ କରାଯାଇଥିଲା। ପରେ ଅଭିଯୁକ୍ତ ମାନଙ୍କ ଗିରଫ ଦାବିରେ ଗାନ୍ଧି ଛକରେ ହୋଇଥିବା ରାସ୍ତା ରୋକରେ ବିଜେପିର ୯ ଜଣ ବିଧାୟକ ସାମିଲ ହୋଇ ଅଭିଯୁକ୍ତଙ୍କ ଗିରଫ ଦାବି କରିଥିଲେ। ଏହି ଘଟଣାକୁ ନେଇ ବିଜେଡି ମଧ୍ୟ ଏକ ସାମ୍ବାଦିକ ସମ୍ମିଳନୀ କରି ଘଟଣାକୁ ନିନ୍ଦା କରିବା ସହ ଏଥିରେ ଜଣେ ବିଜେଡି ନେତାଙ୍କ ସମ୍ପୃକ୍ତି ଅଭିଯୋଗକୁ ଖଣ୍ଡନ କରାଯାଇଥିଲା। ସତ୍ୟ ଉନ୍ମୋଚନ ପାଇଁ ବିଜେଡି ମଧ୍ୟ ଦାବି ରଖିଥିଲା। ଗତକାଲି ପଶ୍ଚିମାଞ୍ଚଳ ଡ଼ିଆଇଜି ଜୟନାରାୟଣ ପଙ୍କଜ ବୋମାମାଡ଼ ସ୍ଥଳକୁ ଯାଇ ଅନୁଧ୍ୟାନ କରି ଫେରିଥିଲେ। ଶେଷରେ ଆଜି କେନ୍ଦୁଝର ପୁଲିସ ଘଟଣାର ପର୍ଦ୍ଦାଫାସ କରିଛି। ଅପରାହ୍ନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଅଭିଯୁକ୍ତ ମାନଙ୍କ ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି କେନ୍ଦୁଝର ଏସପି ମିତ୍ରଭାନୁ ମହାପାତ୍ର।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!