Monday, July 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହରୁ ବୋହୂକୁ ପଥରରେ ଛେଚି ହତ୍ୟା କଲା ଶାଶୂ

by ସଞ୍ଜୟ ସ୍ୱାଇଁ
October 17, 2021
in Crime, State
ପାରିବାରିକ କଳହରୁ ବୋହୂକୁ ପଥରରେ ଛେଚି ହତ୍ୟା କଲା ଶାଶୂ
88
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି। ବୋହୂକୁ ପଥରରେ ଛେଚି ନୃଶଂସ ଭାବେ ହତ୍ୟାକଲା ଶାଶୂ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରିବା ସହ ଅଧିକ ତଦନ୍ତ କରୁଛି। ସୂଚନାନୁସାରେ, ଧର୍ମଶାଳା ଥାନା ଅଧୀନ ଶ୍ରୀରାମପୁର ଗ୍ରାମର ପୀତବାସ ପରିଡାଙ୍କ ଭଉଣୀ ଶାନ୍ତିଲତା ୧୦ ବର୍ଷ ହେବ ବଡ଼ଚଣା ଥାନା ଅଧୀନ ହରିଚନ୍ଦନପୁର ଗ୍ରାମର ତରୁ ଦାସଙ୍କୁ ବିବାହ କରିଥିଲେ । ଦୀର୍ଘ ଦିନ ଧରି ଶାଶୂ ଓ ବୋହୂଙ୍କ ମଧ୍ୟରେ ପାରିବାରିକ କଳହ ଲାଗି ରହିଥିଲା । ଶନିବାର ଶାଶୂ ଓ ବୋହୂଙ୍କ ମଧ୍ୟରେ କଳହ ଏତେ ବଢ଼ି ଯାଇଥିଲା ଯେ ଶାଶୂ ଉତ୍ତ୍ୟକ୍ତ ହୋଇ ବୋହୂ ଶାନ୍ତିଲତାଙ୍କୁ ପଥରରେ ଛେଚି ଦେଇଥିଲେ । ଘଟଣାସ୍ଥଳରେ ବୋହୂ ଶାନ୍ତିଲତାଙ୍କୁ ଗୁରୁତର ଅବସ୍ଥାରେ ବଡ଼ଚଣା ମେଡିକାଲ ପରେ କଟକ ମେଡିକାଲ ସ୍ଥାନାନ୍ତର କରାଯାଇ ଥିଲା । ତେବେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ବୋହୂ ଶାନ୍ତିଲତାଙ୍କ ବାପ ଘର ପକ୍ଷରୁ ବଡ଼ଚଣା ଥାନାରେ ଲିଖିତ ଅଭିଯୋଗ କରାଯାଇଛି । ଏହି ଘଟଣାରେ ବଡ଼ଚଣା ପୋଲିସ ଘଟଣାସ୍ଥଳରେ ପହଁଚିବା ସହ ମୃତଦେହକୁ ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!