Tuesday, July 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସରକାରୀ ବାସଭବନରେ ୨୩ ଘଣ୍ଟା ଧରି ଚାଲିଲା ରେଡ୍‌

by ସଞ୍ଜୟ ସ୍ୱାଇଁ
October 18, 2021
in Crime, State
ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସରକାରୀ ବାସଭବନରେ ୨୩ ଘଣ୍ଟା ଧରି ଚାଲିଲା ରେଡ୍‌
70
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ରବିବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବା ବେଳେ ଏହା ୨୩ ଘଣ୍ଟା ଧରି ଚାଲିଥିଲା। ଗତକାଲି ସକାଳ ସାଢ଼େ ୭ଟାରେ ଭିଜିଲାନ୍ସ ଅଧିକାରୀମାନେ ଏଠାରେ ରେଡ୍ କରିଥିବା ବେଳେ ଆଜି ସକାଳ ୬ଟାରେ ଫେରିଥିଲେ। ଚଢ଼ାଉ ବେଳେ ଭିଜିଲାନ୍ସ ହାତରେ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ବାସଭବନରୁ କିଛି ଟଙ୍କା ସହ ଅଧିକ ପରିମାଣର ସୁନାଗହଣା ମିଳିଥିବା ସୂଚନା ମିଳିଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ ପକ୍ଷରୁ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନ ଓ ବ୍ରହ୍ମପୁର ସ୍ଥିତ ଘର ସହିତ ମୋଟ ୧୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଏଥିମଧ୍ୟରେ ଥିଲା ତାଙ୍କର ସଂପର୍କୀୟ ଓ ସହଯୋଗୀଙ୍କ ଘର। ତାଙ୍କର ଖୁବ୍ ଘନିଷ୍ଠ କୁହାଯାଉଥିବା ସର୍ବେଶ୍ୱର ରାଓଙ୍କ ଘରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ଜଣେ ଏସ୍‌ପି, ୨ ଜଣ ଅତିରିକ୍ତ ଏସ୍‌ପି ଓ ୧୭ ଜଣ ଡିଏସ୍‌ପିଙ୍କ ସମେତ ଅନ୍ୟ ଅଧିକାରୀ ସାମିଲ ହୋଇଥିଲେ। ଗତକାଲି ଭିଜିଲାନ୍ସ ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ୍ ରିଲିଜ୍‌ରେ କୁହାଯାଇଥିଲା ଯେ ଗୋପାଳପୁର ବିଧାୟକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନାଁରେ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଏହା ପରେ ଏକ ଗୁପ୍ତ ଯାଞ୍ଚ କରାଯାଇଥିଲା। ଏହି ସମୟରେ ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ତଥ୍ୟ ମିଳିଥିଲା। ଏନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ୯.୧୨ ୨୦୨୦ରେ ଅଭିଯୋଗ ଦାଖଲ କରାଯାଇଥିଲା। ୧୧.୧୨.୨୦୨୦ରେ ଲୋକାୟୁକ୍ତ ତାଙ୍କ ବିରୋଧରେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ବେଳେ ଜଣାପଡ଼ିଥିଲା ଯେ ୨୦୦୯ରୁ ୨୦୨୦ ମଧ୍ୟରେ ଶ୍ରୀ ପାଣିଗ୍ରାହୀ ୫ କୋଟି ୫ ଲକ୍ଷ ୪ ହଜାର ୬୫୬ ଟଙ୍କାର ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିଲେ। ଏହି ତଦନ୍ତ ରିପୋର୍ଟକୁ ଲୋକାୟୁକ୍ତଙ୍କୁ ପ୍ରଦାନ କରାଯାଇଥିଲା। ଲୋକାୟୁକ୍ତ ଏହି ରିପୋର୍ଟକୁ ଭଲ ଭାବେ ଯାଞ୍ଚ କରିଥିଲେ। ତା’ସହିତ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ପକ୍ଷକୁ ପରଖି ଥିଲେ। ଏସବୁ ପରେ ଲୋକାୟୁକ୍ତ ବିଧାୟକ ଶ୍ରୀ ପାଣିଗ୍ରାହୀଙ୍କ ବିରୋଧରେ ଆସିଥିବା ଅଭିଯୋଗ ଉପରେ ତଦନ୍ତକୁ ଆଗେଇ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି କ୍ରମରେ ଏକ ସବିଶେଷ ତଦନ୍ତ ପାଇଁ ଭିଜିଲାନ୍ସ ପକ୍ଷରୁ ୪.୧୦.୨୦୨୧ରେ ମାମଲା ରୁଜୁ କରାଯାଇଥିଲା। ଆଉ ସେହି କ୍ରମରେ ଗତକାଲି ବିଧାୟକ ଶ୍ରୀ ପାଣିଗ୍ରାହୀ, ତାଙ୍କ ସଂପର୍କୀୟ ଓ ସହଯୋଗୀଙ୍କ ଘରେ ଚଢ଼ାଉ କରାଯାଇଥିଲା। ସୂଚନାଯୋଗ୍ୟ, ଗତ ଜୁନ୍ ମାସ ୧୨ ତାରିଖରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଜେଲ୍‌ରୁ ମୁକୁଳି ଥିଲେ। ଭାବି ଜ୍ୱାଇଁ ଆକାଶ ପାଠକଙ୍କ ସହ ମିଶି ଟାଟା କମ୍ପାନୀରେ ଚାକିରି କରାଇ ଦେବାକୁ କହି ସେ ଲୋକଙ୍କ ଠାରୁ ଟଙ୍କା ଆଦାୟ କରିଥିବା ଅଭିଯୋଗ ହୋଇଥିଲା। ଏ ନେଇ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଥାନାରେ ତାଙ୍କ ନାଁରେ ୬ଟି ମାମଲା ଥିଲା। ଏଥିପାଇଁ ଗତ ବର୍ଷ ଡିସେମ୍ବର ୩ ତାରିଖରେ ତାଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା। ଆକାଶ ମଧ୍ୟ ଗିରଫ ହୋଇଛନ୍ତି। ସେ ଏବେ ବି ଜେଲ୍‌ରେ ଅଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!