Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ଆଉ ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
October 18, 2021
in Crime, State
କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ଆଉ ଜଣେ ଗିରଫ
47
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ବିଧାୟକ ମୋହନ ମାଝୀଙ୍କ ଗାଡ଼ି ଉପରକୁ ବୋମାମାଡ଼ ଘଟଣାରେ ଆଉ ଜଣେ ଗିରଫ । ମୁଖ୍ୟ ଅଭିଯୁକ୍ତ ରଘୁନାଥ ପଣ୍ଡାକୁ ଗିରଫ କରିଛି ପୋଲିସ । ଏହି ମାମଲାରେ ପୂର୍ବରୁ ପୋଲିସ ୫ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା । ଫଳରେ ବୋମାମାଡ଼ ଘଟଣାରେ ମୋଟ ଗିରଫ୍ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ଏବେ ବି ଅନ୍ୟ ଅଭିଯୁକ୍ତଙ୍କୁ ଧରିବାକୁ ପୋଲିସର ଛାନଭିନ୍ ଜାରି ରହିଛି । ତେବେ ରବିବାର ଦିନ ବିଧାୟକ ମୋହର ମାଝୀଙ୍କ ଗାଡ଼ିକୁ ବୋମାମାଡ଼ ହୋଇଥିଲା । କେନ୍ଦୁଝର ଟାଉନ୍ ଥାନା ମଣ୍ଡୁଆ ନିକଟ ଅରଡେଇ ବ୍ରିଜ ନିକଟରେ ହୋଇଥିଲା ଏହି ବୋମାମାଡ଼ । ମିଟିଂ ସାରି ଫେରୁଥିବା ବେଳେ ତାଙ୍କ ଗାଡ଼ି ଉପରେ ଦୁଇଟି ବୋମାମାଡ଼ ହୋଇଥିଲା । ବାଇକରେ ଦୁଇ ଜଣ ଦୁର୍ବୃତ୍ତ ଆସି ୨ଟି ବୋମାମାଡ଼ କରିଥିଲେ । ଏଥିରେ ବିଧାୟକଙ୍କ ଗାଡ଼ି ସାମାନ୍ୟ କ୍ଷତିଗ୍ରସ୍ତ ହୋଇଥିଲା, କିନ୍ତୁ ବିଧାୟକ ସୁରକ୍ଷିତ ଥିଲେ । ଏନେଇ ବିଧାୟକଙ୍କ ପକ୍ଷରୁ ଟାଉନ୍ ଥାନାରେ ଅଭିଯୋଗ ହୋଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!