Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସ୍ତରଙ୍ଗ ବହୁ ଚର୍ଚ୍ଚିତ ଅକ୍ଷୟ ଦାସ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

by ସଞ୍ଜୟ ସ୍ୱାଇଁ
October 20, 2021
in Crime, State
ଅସ୍ତରଙ୍ଗ ବହୁ ଚର୍ଚ୍ଚିତ ଅକ୍ଷୟ ଦାସ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
89
VIEWS
Share on FacebookShare on Twitter

ନିମାପଡା, (ବାଘୁଆବାର୍ତ୍ତା): ନିମାପଡା ପୋଲିସ ଉପଖଣ୍ଡ ଅଧିକାରୀଙ୍କ କାର୍ୟ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଅସ୍ତରଙ୍ଗ ବହୁ ଚର୍ଚ୍ଚିତ ଅକ୍ଷୟ ଦାସ ହତ୍ୟାକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିବା ସହ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛି । ସୂଚନା ଅନୁଯାୟୀ, ଗତ ୧୫ ତାରିଖରେ ଅସ୍ତରଙ୍ଗ ଥାନା ପାଟସୁନ୍ଦରପୁର ଗ୍ରାମର ଶରତ ଦାସଙ୍କ ପୁଅ କାଳିଆ ଦାସ ମୋଟର ସାଇକେଲରେ ଯାଉଥିବା ବେଳେ ସେହି ଗ୍ରାମର ଅକ୍ଷୟ ଦାସ ଓ ତାଙ୍କ ପତ୍ନୀଙ୍କୁ ଗାଳିଗୁଲଜ କରିଥିଲା । ପ୍ରତିବାଦ କରିବାରୁ କାଳିଆ ଦାସ ସହିତ ୫ଜଣ ଆସି ଅକ୍ଷୟ ଦାସଙ୍କ ପେଟରେ ଭୁଜାଲି ପୁରାଇଦେଇଥିଲେ ଅକ୍ଷୟଙ୍କ ପତ୍ନୀ କନକକୁ ମରଣାନ୍ତକ ଆକ୍ରମଣ କରିଥିଲେ । କନକ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ହେଉଥିବା ବେଳେ ଅକ୍ଷୟଙ୍କ ମୃତ୍ୟୁ ଘଟିଥିଲା । ଅଭିଯୋଗ ଆଧାରରେ ପୋଲିସ ଏକ ହତ୍ୟାକାଣ୍ଡ ମାମଲା ରୁଜୁ କରି ହତ୍ୟାକାଣ୍ଡରେ ସହଯୋଗ କରିଥିବା ଅଲିଭା ଦାସ, ଚକ୍ରଧର ଦାସଙ୍କୁ ଗିରଫ କରି ଗତ ୧୬ ତାରିଖରେ କୋର୍ଟ ଚାଲାଣ କରିଥିଲେ । ମୁଖ୍ୟ ଅଭିଯୁକ୍ତ ରାଜକିଶୋର ଦାସ ପୋଲିସକୁ ଚକମା ଦେଖାଇ ଫେରାର ହୋଇଯାଇଥିଲା । ମଙ୍ଗଳବାର ସକାଳ ୭ଟା ସମୟରେ କାକଟପୁର ଅଞ୍ଚଳରୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରାଜକିଶୋରଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଛି । ଏନେଇ ନିମାପଡା ପୋଲିସ ଉପଖଣ୍ଡ ଅଧିକାରୀଙ୍କ କାର୍ୟ୍ୟାଳୟରେ ଏକ ପ୍ରେସମିଟ ଆୟୋଜନ କରାଯାଇଥିଲା । ଏସଡିିଓ ଦେବାଶିଷ ମିଶ୍ର ଅସ୍ତରଙ୍ଗ ଥାନା ଆଇଆଇସି ବାମଦେବ ନନ୍ଦ ଘଟଣା ସଂପର୍କରେ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି । ପରେ ଅଭିଯୁକ୍ତ ରାଜକିଶୋରକୁ ପୋଲିସ କୋର୍ଟ ଚାଲାଣ କରିଛି । ଜାମିନ ନମଞ୍ଜୁର ହେବାରୁ ଅଭିଯୁକ୍ତ ବିଚାର ବିଭାଗୀୟ ହାଜତକୁ ଯାଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!