Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଙ୍ଗକୁ ହତ୍ୟା ଘଟଣାରେ ହତ୍ୟାକାରୀକୁ ଆଜୀବନ ଜେଲ୍

by ସଞ୍ଜୟ ସ୍ୱାଇଁ
March 13, 2025
in Crime, State
ସାଙ୍ଗକୁ ହତ୍ୟା ଘଟଣାରେ ହତ୍ୟାକାରୀକୁ ଆଜୀବନ ଜେଲ୍
72
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ଦୁଇ ବର୍ଷ ପରେ ଆସିଲା ହତ୍ୟା ମାମଲାର ରାୟ । ନିଜ ସାଙ୍ଗକୁ ପଥରରେ ଛେଚି ହତ୍ୟା କରିବା ଘଟଣାରେ ଅଭିଯୁକ୍ତ ବୃଦ୍ଧା ସର ନାୟକଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କୋର୍ଟ । ଆନନ୍ଦପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ କୋର୍ଟ ଏହି ରାୟ ଶୁଣାଇଛନ୍ତି। ୨୦୨୨ ମସିହା ଜୁନ୍‌ ମାସ ୨୫ ତାରିଖରେ ନନ୍ଦିପଦା ଥାନା ମଠଡାହି ଗାଁରେ ଘଟିଥିଲା ହତ୍ୟାକାଣ୍ଡ । ଦୁଇ ସାଙ୍ଗ ସର ନାୟକ ଓ ଯଶୋଦା ପାତ୍ର ଏକଠି ସୋସୋ ଥାନା ପୋଡ଼ାସିଙ୍ଗିଡ଼ି ଗାଁକୁ ଯାଇଥିଲେ । ଏହି ସମୟରେ ହଠାତ୍‌ କୌଣସି କାରଣକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ସର ନାୟକ ଯଶୋଦାଙ୍କୁ ଏକ ପଥରରେ ଛେଚି ଗୁରୁତର କରିଦେଇଥିଲେ । ପରଦିନ ଯଶୋଦାଙ୍କୁ ଗୁରୁତର ଅବସ୍ଥାରେ ଘଟଣାସ୍ଥଳରୁ ଉଦ୍ଧାର କରି ପରିବାର ଲୋକ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ଆଉ ଏବେ ଏହି ଘଟଣାରେ ରାୟ ଶୁଣାଇଛନ୍ତି ଆନନ୍ଦପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ କୋର୍ଟ । ଅଭିଯୁକ୍ତ ସର ନାୟକଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କାର ଆର୍ଥିକ ଜରିମାନା ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା ଅନାଦେୟ କ୍ଷେତ୍ରରେ ଅତିରିକ୍ତ ୧ ବର୍ଷର ଦଣ୍ଡ ଶୁଣାଇଛନ୍ତି ମାନ୍ୟବର କୋର୍ଟ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!