Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ଥାନାନ୍ତର ପାଇଁ ପ୍ରଶାସନକୁ ପୁରା ସହଯୋଗ କରନ୍ତୁ

by ସଞ୍ଜୟ ସ୍ୱାଇଁ
May 24, 2021
in Nayagarh
୬ରାଜ୍ୟକୁ ଅକ୍ସିଜେନ ଦେଲେ ନବୀନ ସରକାର
82
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା ପରିପ୍ରେକ୍ଷୀରେ ଲୋକମାନଙ୍କ ଏକ ଭିଡ଼ିଓ ବାର୍ତ୍ତା ଜରିଆରେ ଆଜି ସତର୍କ କରି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଆମେ ଏକା ସମୟରେ ଦୁଇଟି ବଡ ବିପଦର ସାମ୍‌ନା କରୁଛୁ – କୋଭିଡ ଓ ବାତ୍ୟା ୟଶ । ତେଣୁ ସମସ୍ତେ ପ୍ରଶାସନକୁ ସ୍ଥାନାନ୍ତରରେ ସହଯୋଗ କରନ୍ତୁ ଓ ଡବଲ ମାସ୍କ ପିନ୍ଧନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ପ୍ରତ୍ୟେକ ଲୋକଙ୍କୁ ନିରାପଦ ସ୍ଥାନରେ ପହଞ୍ଚାଇବା ଆମର ଲକ୍ଷ୍ୟ । ତେଣୁ ସମସ୍ତେ ବାତ୍ୟା ଆଶ୍ରୟସ୍ଥଳ ତଥା ପକ୍କା ଘର ଆଦି ନିରାପଦ ସ୍ଥାନକୁ ଚାଲିଆସିବା ପାଇଁ ସେ ଅନୁରୋଧ କରିଛନ୍ତି । କୋଭିଡ ପାଇଁ ପ୍ରଶାସନ ଗତ ଦୁଇ ମାସ ଧରି ଚାପରେ ଅଛି । ତେଣୁ ବାତ୍ୟାର ମୁକାବିଲା ପାଇଁ ଜନସାଧାରଣ ସ୍ଥାନାନ୍ତର ରେ ପ୍ରଶାସନକୁ ପୁରା ସହଯୋଗ କରିବା ପାଇଁ ସେ ନିବେଦନ କରିଛନ୍ତି । ଯେହେତୁ ଏବେ କୋଭିଡ ସମୟ, ତେଣୁ ଆମକୁ ଅଧିକ ସାବଧାନ ରହିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଅନୁରୋଧ କରି ଆହୁରି କହିଛନ୍ତି ଯେ ଆପଣମାନେ ବାତ୍ୟା ଆଶ୍ରୟସ୍ଥଳ ବା ପକ୍କା ଘର, ଯେଉଁଠାରେ ବି ଥାଆନ୍ତୁ, ଦୁଇଟି ମାସ୍କ ଏକ ସମୟରେ ପିନ୍ଧନ୍ତୁ । ବର୍ତ୍ତମାନ ପରିସ୍ଥିତିରେ ଗୋଟିଏ ନୁହେଁ, ଦୁଇଟି ମାସ୍କ ପିନ୍ଧିବା ଆମ ସ୍ବାସ୍ଥ୍ୟ ପାଇଁ ଖୁବ ଜରୁରୀ । ଡବଲ ବିପଦ ପାଇଁ ଡବଲ ମାସ୍କ। ତା ସହିତ ସାବୁନ ଓ ସାନିଟାଇଜରରେ ହାତ ମଧ୍ୟ ଧୋଇବା ପାଇଁ ସେ ନିବେଦନ କରିଛନ୍ତି। ସାରା ମାନବ ଜାତି ବର୍ତ୍ତମାନ ଏକ କଷ୍ଟକର ସମୟ ଦେଇ ଗତି କରୁଛି ଏବଂ ଗତ ଏକ ବର୍ଷରୁ ଅଧିକ ସମୟ ଧରି କୋଭିଡ ବିରୁଦ୍ଧରେ ଆମର ଲଢେଇ ଜାରି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ୟଶ ବର୍ତ୍ତମାନ ଆମ ପାଇଁ ଆହୁରି ଏକ ବଡ ବିପଦ ଭାବରେ ଦେଖା ଦେଇଛି । ଏକ ସମୟରେ ଦୁଇ ଦୁଇଟି ବଡ ବିପଦ ବାତ୍ୟା ଓ କୋଭିଡ ର ମୁକାବିଲା ଆମକୁ କରିବାକୁ ହେବ । ଗତ ବର୍ଷ ମେ ମାସରେ ମଧ୍ୟ ଆମେ କୋଭିଡ ସହ ବାତ୍ୟା ଅମ୍ଫନ ର ସାମନା କରିଥିଲେ ଏବଂ ଲୋକଙ୍କ ସହଯୋଗରେ ଆମେ ସଫଳତାର ସହ ସେ ପରିସ୍ଥିତିର ମୁକାବିଲା କରିଥିଲେ ବୋଲି ସେ ମନେପକାଇ ଦେଇଥିଲେ। ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ, ତଥାପି ଆମକୁ ସତର୍କ ରହିବାକୁ ହେବ। ସାମାନ୍ୟ ହେଳା ବଡ ବିପଦ ସୃଷ୍ଟି କରିପାରେ ବୋଲି ସେ ସତର୍କ କରିଥିଲେ। ସରକାର ବାତ୍ୟା ଓ କୋଭିଡ ଦୁଇଟି ଯାକ ପରିସ୍ଥିତିର ମୁକାବିଲା ପାଇଁ ସଂପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ଜନସାଧାରଣଙ୍କ ସହଯୋଗ ହିଁ ଆମର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ ବୋଲି ସେ ଆଶାପ୍ରକାଶ କରିଥିଲେ। ଜନସାଧାରଣଙ୍କୁ ଆହୁରି ସତର୍କ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବାତ୍ୟା ସମୟରେ ଓ ବାତ୍ୟା ପରେ ଆମେ କୋଭିଡ ପାଇଁ ଅଧିକ ସାବଧାନ ରହିବାକୁ ହେବ । ଆବଶ୍ୟକତାକୁ ଦେଖି ମିଶନ୍ ଶକ୍ତି ଗୋଷ୍ଠୀ ଜରିଆରେ ଲୋକଙ୍କୁ ମାସ୍କ ଯୋଗାଇବା ପାଇଁ ସେ କଲେକ୍ଟର ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି କହିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଓଡିଶା ସବୁବେଳେ ଭଲ କାମ କରିଆସିଛି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ବିପଦ ସମୟରେ ସାଧାରଣଙ୍କ ଠାରୁ ଆରମ୍ଭ କରି ପଞ୍ଚାୟତ ପ୍ରତିନିଧି ବନ୍ଧୁମାନେ ଓ ନାଗରିକ ସମାଜର (Civil society) ବନ୍ଧୁମାନେ ସମସ୍ତେ ସରକାରଙ୍କୁ ପୁରା ସହଯୋଗ ଦେଇ ଆସିଛନ୍ତି । ତେଣୁ ଏଥର ମଧ୍ୟ, ଆମେ ସମସ୍ତେ ମିଶି ଏ ଦୁଇ ବିପଦ ବିରୁଦ୍ଧରେ ଏକାଠି ଲଢିବା ଓ ନିଶ୍ଚୟ ଜିତିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ ପୁଣି ଥରେ ସମସ୍ତଙ୍କୁ ଦୁଇଟି ମାସ୍କ ପିନ୍ଧିବା ପାଇଁ ଅନୁରୋଧ କରିଥିଲେ। ବାତ୍ୟା ଆଶ୍ରୟସ୍ଥଳରେ ଓ ଘରେ ପିନ୍ଧିବା ସହିତ ବାତ୍ୟା ଗଲା ପରେ ମଧ୍ୟ ଦୁଇଟି ମାସ୍କ ପିନ୍ଧିବା ଜାରି ରଖିବାକୁ ସେ ଅନୁରୋଧ କରିଥିଲେ । ପରିଶେଷରେ ଏହି ଦୁଇ ଲଢେଇରେ ବିଜୟ ପାଇଁ ପ୍ରଶାସନକୁ ପୁରା ସହଯୋଗ ଦେବାକୁ ସେ ନିବେଦନ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!