Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧାମରା ସମେତ ୮ ପଞ୍ଚାୟତରେ ପଶିଲା ସମୁଦ୍ର ପାଣି

by ସଞ୍ଜୟ ସ୍ୱାଇଁ
May 25, 2021
in Feature News
ଧାମରା ସମେତ ୮ ପଞ୍ଚାୟତରେ ପଶିଲା ସମୁଦ୍ର ପାଣି
194
VIEWS
Share on FacebookShare on Twitter

ଭଦ୍ରକ,(ବାଘୁଆବାର୍ତ୍ତା): : ଭଦ୍ରକ ଓ ବାଲେଶ୍ବର ଜିଲ୍ଲା ପାଇଁ ବଡ଼ ବିପତ୍ତି ନେଇ ଆସୁଛି ବାତ୍ୟା ‘ୟାସ୍‌’। ଭାରତୀୟ ପାଣିପାଗ ସଂସ୍ଥା (ଆଇଏମ୍‌ଡି) ସୂଚନା ଅନୁସାରେ ଭଦ୍ରକରୁ ବାଲେଶ୍ବର ମଧ୍ୟରେ ଏହି ଭୟଙ୍କର ବାତ୍ୟା ସ୍ଥଳଭାଗ ଛୁଇଁବ। କେବଳ ଏହି ଦୁଇ ଜିଲ୍ଲାରେ ପାଖାପାଖି ୧୯୨ କିମି ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ରହିଛି। ଯାହାକି ଭଦ୍ରକ ଜିଲ୍ଲାର ଚାନ୍ଦବାଲି, ଧାମରା, ବାସୁଦେବପୁର, ଆରଡି, ଚୂଡାମଣି, ବିଦେଇପୁର, ଇରମ୍‌ଠାରୁ ଆରମ୍ଭ କରି ବାଲେଶ୍ବର ଜିଲ୍ଲାର ଚାନ୍ଦିପୁର, ବାହାନାଗା ବାଲିଆପାଳ, ଭୋଗରାଇ, ଉଦୟପୁର, ତାଳସାରୀ ଯାଏ ଲମ୍ବିଛି। ସେପଟେ ଧାମରା ଓ ଚାନ୍ଦବାଲି ମଧ୍ୟସ୍ଥଳରେ ‘ୟାସ୍‌’ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଇଏମ୍‌ଡି। ବାତ୍ୟାର ତୀବ୍ରତା ଦୃଷ୍ଟିରୁ ଏହି ଦୁଇ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଘୋଷଣା କରାଯିବା ସହ ସର୍ବାଧିକ ବିପଦ ଅଞ୍ଚଳ ଭାବେ ଚିହ୍ନଟ କରାଯାଇଛି। ମଙ୍ଗଳବାର ମଧ୍ୟାହ୍ନରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକର ଧାମରା ଓ ଏହାର ପାଖ ୮ଟି ପଞ୍ଚାୟତରେ ସମୁଦ୍ର ପାଣି ପଶିଥିବା ଖବର ମିଳିଛି। ଏହି ୮ଟି ପଞ୍ଚାୟତ ସମୁଦ୍ରଠାରୁ ମାତ୍ର ୩ କିମି ଦୂରରେ ରହିଥିବାରୁ ଲୋକମାନଙ୍କୁ ଅଗ୍ରାଧିକାର ଭିତ୍ତିରେ ବାତ୍ୟା ଆଶ୍ରୟସ୍ଥଳକୁ ସ୍ଥାନାନ୍ତର କରାଯାଇଛି। ଆଜି ମଧ୍ୟାହ୍ନ ୩ଟା ସୁଦ୍ଧା ବାଲେଶ୍ବର ଜିଲ୍ଲାର ଭୋଗରାଇ, ବାଲିଆପାଳ, ବସ୍ତା, ବାଲେଶ୍ବର ସଦର, ରେମୁଣା ଓ ବାହାନଗା ବ୍ଲକରୁ ୯୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଭଦ୍ରକ ଜିଲ୍ଲାର ଚାନ୍ଦବାଲି, ବାସୁଦେବପୁର ଓ ତିହିଡ଼ି ବ୍ଲକରୁ ୭୦ ହଜାର ଲୋକଙ୍କୁ ନିରାପଦ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ନିଜେ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା ଏସବୁ ତଦାରଖ କରିବା ସହ ଦୁଇ ଜିଲ୍ଲାର ଜିଲ୍ଲାପାଳ, ଏସ୍‌ପି ତଥା ବିପର୍ଯ୍ୟୟ ମୁକାବିଲା ପାଇଁ ଉଭୟ ଜିଲ୍ଲାରେ ନିୟୋଜିତ ବରିଷ୍ଠ ଆଇଏଏସ୍‌ ଅଫିସର ବୀର ବିକ୍ରମ ସିଂ ଯାଦବ, ବିଶାଳ ଦେବ, ଆଇଜି ଦୀପ୍ତେଶ ପଟ୍ଟନାୟକ ଓ ଅମିତେନ୍ଦ୍ର ସିହ୍ନାଙ୍କ ସହ ନିରନ୍ତର ଯୋଗାଯୋଗରେ ରହିଛନ୍ତି। ସେପଟେ ପବନର ବେଗ କ୍ରମଶଃ ବଢ଼ୁଥିବାରୁ ଆଜି ସନ୍ଧ୍ୟା ସୁଦ୍ଧା ତଳିଆ ଅଞ୍ଚଳର ସମସ୍ତ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଶକ୍ତି ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମନ୍ତ୍ରୀ ଶ୍ରୀ ମିଶ୍ର ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ବାଲେଶ୍ବରରେ ଡେରା ପକାଇ ପ୍ରାକ୍ ପ୍ରସ୍ତୁତି କାର୍ଯ୍ୟ ତଦାରଖ କରୁଛନ୍ତି।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!