Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାର୍ଯ୍ୟ କରାଯାଉଛି: ମନ୍ତ୍ରୀ ଶ୍ରୀ ସ୍ୱାଇଁ

by ସଞ୍ଜୟ ସ୍ୱାଇଁ
May 29, 2021
in Feature News
ଯୁଦ୍ଧକାଳୀନ ଭିତ୍ତିରେ ପୁନରୁଦ୍ଧାର କାର୍ଯ୍ୟ କରାଯାଉଛି: ମନ୍ତ୍ରୀ ଶ୍ରୀ ସ୍ୱାଇଁ
58
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଭଦ୍ରକ ଜିଲ୍ଲାରେ ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଛନ୍ତି । ଭଦ୍ରକଠାରେ ଜିଲ୍ଲା ପ୍ରଶାସନର ସଦ୍‌ଭାବନା ଗୃହରେ ଆୟୋଜିତ ସମୀକ୍ଷା ବୈଠକରେ ଭଦ୍ରକ ସାଂସଦ ଶ୍ରୀମତୀ ମଂଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ଶ୍ରୀ ସଂଜୀବ ମଲ୍ଲିକ, ଧାମନଗର ବିଧାୟକ ଶ୍ରୀ ବିଷ୍ଣଚରଣ ସେଠୀ, ଭଦ୍ରକ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଦିଜବର ରାଉତ ଓ ଜିଲ୍ଲାପାଳ ଡ. ଜ୍ଞାନ ଦାସ ପ୍ରମୁଖ ଯୋଗଦେଇଥିଲେ । ଜିଲ୍ଲା ପ୍ରଶାସନ ପକ୍ଷରୁ ବାତ୍ୟାର ପୂର୍ବ ପ୍ରସ୍ତୁତି ଏବଂ ପରବର୍ତ୍ତୀ ଅବସ୍ଥାରେ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସନ୍ତୋଷଜନକ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ପ୍ରଭାବିତ ଅଞ୍ଚଳରେ ତୁରନ୍ତ ବିଦୁ୍ୟତ ସରବରାହକୁ ସ୍ୱାଭାବିକ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଯୁଦ୍ଧକାଳୀନ ଭିତ୍ତିରେ ରାସ୍ତାଘାଟ ମରାମତି କାର୍ଯ୍ୟ ଚାଲିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଥିଲେ । ଜନସାଧାରଣଙ୍କୁ ପର୍ଯ୍ୟାପ୍ତ ପରିମାଣର ପିଇବା ପାଣି ଯୋଗାଇ ଦିଆଯାଉଛି ଏବଂ ଯେଉଁସବୁ ଅଞ୍ଚଳରେ ଲୁଣାପାଣି ମାଡ଼ିଯାଇଛି ତା’ର ବିସ୍ତୃତ ରିପୋର୍ଟ ପ୍ରଦାନ କରିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଗୃହପାଳିତ ପଶୁମାନଙ୍କ ନିମନ୍ତେ ପର୍ଯ୍ୟାପ୍ତ ଗୋଖାଦ୍ୟର ବ୍ୟବସ୍ଥା କରାଯାଇଛି । ବିଭିନ୍ନ ଅଞ୍ଚଳରେ ଘରଭଙ୍ଗା ଯାଞ୍ଚ କାର୍ଯ୍ୟ ଯଥାଶୀଘ୍ର ସାରି ପୂର୍ଣ୍ଣାଙ୍ଗ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାରେ ହିତାଧିକାରୀମାନଙ୍କୁ ପିଡ଼ିଏସ୍‌ ରାସନ୍‌ ବଣ୍ଟନ ସନ୍ତୋଷଜନକ ହୋଇପାରିଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ଏଥି ସହିତ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳଗୁଡ଼ିକୁ ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟର ତଦାରଖ କରିବା ପାଇଁ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନଙ୍କୁ ପଠାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ସମସ୍ତଙ୍କ ନିଷ୍ଠାପର ଉଦ୍ୟମ, ତତ୍ପରତା ଓ ସହଯୋଗରେ ଖୁବ୍‌ଶୀଘ୍ର ଜିଲ୍ଲାରେ ସ୍ୱାଭାବିକ ସ୍ଥିତି ଫେରିଆସିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଶାବ୍ୟକ୍ତ କରିଛନ୍ତି । ବୈଠକରେ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, ବିଭାଗୀୟ ନିର୍ବାହୀ ଓ ଅକ୍ଷୀକ୍ଷଣ ଯନ୍ତ୍ରୀମାନେ ଉପସ୍ଥିତ ରହି ବାତ୍ୟା ପରବର୍ତ୍ତୀ ଥଇଥାନ ଓ ପୁନରୁଦ୍ଧାର ନିମନ୍ତେ ଗ୍ରହଣ କରାଯାଉଥିବା ପଦକ୍ଷେପ ସଂପର୍କରେ ସୂଚନା ପ୍ରଦାନ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!