Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରାଦ୍ୱୀପ ଠାରୁ ୪୯୦ କିମି ଦୂରରେ ‘ୟସ’

by ସଞ୍ଜୟ ସ୍ୱାଇଁ
May 24, 2021
in State
ପାରାଦ୍ୱୀପ ଠାରୁ ୪୯୦ କିମି ଦୂରରେ ‘ୟସ’
359
VIEWS
Share on FacebookShare on Twitter

ଭୁବନେଶ୍ୱର : (ବାଘୁଆବାର୍ତ୍ତା): ଏବେ ପାରାଦ୍ୱୀପ ଠାରୁ ୪୯୦ କିମି ଦୂରରେ ରହିଛି ବାତ୍ୟା ‘ୟସ’ । ବାତ୍ୟାର ବେଗ ସାମାନ୍ୟ ବଢ଼ିଛି, ଘଣ୍ଟାକୁ ୫ ରୁ ୭ କିମି ବେଗରେ ଆସୁଛି । କାଲି ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ ‘ୟସ’ । ୨୬ ତାରିଖ ମଧ୍ୟାହ୍ନରେ ବାଲେଶ୍ୱର ପାଖାପାଖି ଲ୍ୟାଣ୍ଡଫଲ କରିବ । ପୂର୍ଣ୍ଣିମା ଥିବାରୁ ସମୁଦ୍ରରୁ ଜୁଆର ଉଠିବା ନେଇ କୁହାଯାଇଛି । ୨ ରୁ ୪ ମିଟର ପର୍ଯ୍ୟନ୍ତ ସାମୁଦ୍ରିକ ଜୁଆର ଉଠିବା ସମ୍ଭାବନା ରହିଛି । ବାତ୍ୟା ଲ୍ୟାଣ୍ଡଫଲ ପୂର୍ବରୁ ଅର୍ଥାତ ୨୫ ତାରିଖରୁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ମୟୁରଭଞ୍ଜ, ଢେଙ୍କାନାଳ, ଗଞ୍ଜାମ, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିବ ବୋଲି ଆକଳନ କରାଯାଉଛି । ବିଶେଷ କରି କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ବାତ୍ୟା ‘ୟାସ’ ପ୍ରଭାବ ଅଧିକ ରହିବ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏହି ୫ ଜିଲ୍ଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ବାତ୍ୟା ପରବର୍ତ୍ତୀ ରିଲିଫ କାର୍ଯ୍ୟ ତଦାରଖ ପାଇଁ ରାଜ୍ୟ ସରକାର ୫ ଜଣ ବରିଷ୍ଠ ଆଇଏଏସ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି । ସେହିପରି ଜିଲ୍ଲା ପୁଲିସକୁ ପରାମର୍ଶ ଓ ମାର୍ଗଦର୍ଶନ ପାଇଁ ୫ ବରିଷ୍ଠ ଆଇପିଏସଙ୍କୁ ଦାୟିତ୍ୱ ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!