Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସର ମୁଣ୍ଡବିନ୍ଧା, ବୃଦ୍ଧି ପାଇଛି ସାଇବର ଓ ବାଳ ଅପରାଧ

by ସଞ୍ଜୟ ସ୍ୱାଇଁ
May 22, 2025
in State
ପୋଲିସର ମୁଣ୍ଡବିନ୍ଧା, ବୃଦ୍ଧି ପାଇଛି ସାଇବର ଓ ବାଳ ଅପରାଧ
56
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜୁଭେନାଇଲ ଜଷ୍ଟିସ ଉପରେ କମିଶନରେଟ ପୋଲିସର ଫୋକସ୍ । ଶିଶୁ ଚାଲାଣ, ଅପହରଣ, ଚୋରି ରୋକିବା ଦିଗରେ ଗୁରୁତ୍ୱ । ମୁଣ୍ଡବିନ୍ଧାର କାରଣ ପାଲଟିଛନ୍ତି ସାଇବର ଓ ବାଳ ଅପରାଧୀ । ଅପ୍ରାକୃତିକ ଯୌନ ଶୋଷଣ ପାଲଟିଛି ମୁଣ୍ଡବିନ୍ଧା । ଚାକଚକ୍ୟ ଜୀବନ ବଞ୍ଚିବା ପାଇଁ କୋମଳମତି ବୟସରେ ଆଇନକୁ ହାତକୁ ହାତକୁ ନେଇ ଅପରାଧୀ ବନୁଛନ୍ତି ନାବାଳକ । ମାତ୍ରାଧିକ ସୋସିଆଲ ମିଡ଼ିଆ ବ୍ୟବହାର, ଗୁଣାତ୍ମକ ଶିକ୍ଷାର ଅଭାବ ଯୋଗୁଁ ବଢୁଛି ଅପ୍ରାକୃତିକ ଯୌନ ସମ୍ପର୍କ । POCSO କେସର ମାତ୍ରାଧିକ ବୃଦ୍ଧି ନେଇ NCRB ରିପୋର୍ଟରେ ଉଦବେଗ ପ୍ରକାଶ ପାଇବା ପରେ ଏବେ ଆରମ୍ଭ ହୋଇଛି ମାନସମନ୍ଥନ । ପର୍ଣ୍ଣଗ୍ରାଫି, ଫେକ ୱେବସାଇଟ ଜରିଆରେ ଠକେଇ, ନିଶା କାରବାର ଭଳି ମିଛ ଅଭିଯୋଗ ଆଣି ଡିଜିଟାଲ ଆରେଷ୍ଟ, ଅବିଭାବକଙ୍କୁ ବ୍ଲାକମେଲ ଭଳି ଅନେକ ଘଟଣା ସାମ୍ନାକୁ ଆସିଛି । ଗେମିଙ୍ଗ ଆପ ଜରିଆରେ ମଧ୍ୟ ସାଇବର ଠକଙ୍କ ଦ୍ୱାରା ନିର୍ଯାତନା ପାଇଛନ୍ତି କୁନି ପିଲା । ବ୍ୟସ୍ତବହୁଳ ଜୀବନରେ ବାପା ମାଆ ଆବଶ୍ୟକ ମୁତାବକ ପିଲାଙ୍କ ଧ୍ୟାନ ରଖୁନଥିବା ଓ ଯୌଥ ପରିବାରର ଅଭାବ ଏଭଳି କ୍ଷେତ୍ରରେ ମୂଳ କାରଣ ବୋଲି ମତ ପ୍ରକାଶ ପାଇଛି । ଏପ୍ରିଲ ମାସ ୧୩ ତାରିଖ ଖାରବେଳନଗର ଥାନା ଅନ୍ତର୍ଗତ ରାମମନ୍ଦିର ସମ୍ମୁଖରୁ ଦୃଷ୍ଟିବାଧିତ ମହିଳାଙ୍କ ଠାରୁ ପିଲାଚୋରି । ପରେ ପରେ ଡେଲାଙ୍ଗ ରତନପୁର ଅଞ୍ଚଳରେ ଶିଶୁକୁ ଅପହରଣ । ଏ ଘଟଣା ମନରୁ ନଲିଭୁଣୁ ଏୟାରଫିଲଡ଼ ଥାନା ଅନ୍ତର୍ଗତ ପାଞ୍ଚଗାଁରୁ ପୁଣି ଅପହୃତ ହୋଇଥିଲା ଚତୁର୍ଥ ଶ୍ରେଣୀର ପିଲା । ପରେ ପରେ ଗତ ୧୯ ତାରିଖରେ ପଳାଶୁଣି ଅଞ୍ଚଳରୁ ୧୧ ବର୍ଷୀୟ ନାବାଳକ ନିଖୋଜ ନେଇ ମଞ୍ଚେଶ୍ୱର ଥାନାରେ ଏତଲା ପରେ ଏହି ଟ୍ରେଣ୍ଡ ଏବେ ପୋଲିସ ପାଇଁ ପାଲଟିଛି ମୁଣ୍ଡବିନ୍ଧା। child trafficking କୁ ରୋକିବା ପାଇଁ technical support agency ପକ୍ଷରୁ ତିଆରି ହୋଇଛି ସ୍ପେଶାଲ ସେଲ । କୋର୍ଟ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକାକୁ କଡାକଡି ପାଳନ ପାଇଁ ନିର୍ଦ୍ଦେଶ ରହିଛି । ଏସବୁକୁ ରୋକିବା ସହ ଏକ ସୁସ୍ଥ ସମାଜ ଗଢିବା ଦିଗରେ ପୋଲିସ, NGO ଓ ଅଭିଭାବକଙ୍କ ସହଯୋଗ ଆବଶ୍ୟକ ଥିବା କହିଛନ୍ତି ସମାଜସେବୀ । ନବାଳକଙ୍କ କଣ୍ଡକ୍ଟ ଡିଜର୍ଡର, ଯେପରିକି ଶୀଘ୍ର ରାଗିଯିବା, ଆବେଗଭରା ସ୍ଵଭାବ ପାଇଁ ସେମାନଙ୍କ ମନରେ ହିଂସାତ୍ମକ ମନୋଭାବ ସୃଷ୍ଟି ହେଉଥିବା ମତବ୍ୟକ୍ତ କରିଛନ୍ତି ବୁଦ୍ଧିଜୀବୀ ।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!