Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦାଦନ ସର୍ଦ୍ଦାରର ଦବଙ୍ଗଗିରି

by ସଞ୍ଜୟ ସ୍ୱାଇଁ
December 25, 2024
in Crime, State
ଦାଦନ ସର୍ଦ୍ଦାରର ଦବଙ୍ଗଗିରି
62
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): ଦାଦନ ସର୍ଦ୍ଦାରର ଦବଙ୍ଗଗିରି। ଶ୍ରମିକଙ୍କୁ ଅପହରଣ କରି ଜଙ୍ଗଲକୁ ଟେକିନେଲେ। ପରେ ସେଠାରେ ନିର୍ଧୂମ ଛେଚି ରାସ୍ତାକଡ଼ରେ ଫୋପାଡ଼ି ଦେଇ ଫେରାର ମାରିଲେ। ବଲାଙ୍ଗିର ଜିଲ୍ଲାରେ ଏପରି ଘଟଣା ଦେଖିବାକୁ ମିଳିଛି। ଗୁରୁତର ଅବସ୍ଥାରେ ଦାଦନ ଶ୍ରମିକ ଅଜିତ ବାଗଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଘର ପାଟଣାଗଡ଼ ଥାନା କଦଳିମୁଣ୍ଡା ଗାଁରେ ବୋଲି ଜଣାଯାଇଛି। ଗତ ୨୨ ତାରିଖରେ ଅଜିତ ପାଖ ଗାଁ ଭଇଁଷାକୁ କୌଣସି କାମରେ ଯାଇଥିଲେ। ସେଠାରୁ ଦାଦନ ସର୍ଦ୍ଦାର ଓ ତାଙ୍କ ସହଯୋଗୀ ଅଜିତଙ୍କୁ କଣ୍ଟାବାଞ୍ଜି ନିକଟସ୍ଥ ଜଙ୍ଗଲକୁ ଅପହରଣ କରି ନେଇଥିଲେ। ପରେ ସେଠାରେ ସର୍ଦ୍ଦାର ଓ ତାଙ୍କ ସହଯୋଗୀ ଅଜିତଙ୍କୁ ସେମାନେ ନିର୍ଧୂମ ଛେଚିଥିଲେ। ପରେ ରକ୍ତାକ୍ତ ଅବସ୍ଥାରେ ରାସ୍ତାକଡ଼ରେ ଫୋପାଡ଼ି ଦେଇ ପଳାଇ ଯାଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଅଜିତ ପରିବାର ଲୋକଙ୍କୁ ଯୋଗାଯୋଗ କରିଥିଲେ। ପରିବାର ଲୋକେ ଏନେଇ ପାଟଣାଗଡ଼ ପୁଲିସକୁ ଖବର ଦେବା ପରେ ପୁଲିସ ଅଜିତକୁ ଉଦ୍ଧାର କରି ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରିଛନ୍ତି। ପରିବାର ଲୋକଙ୍କ ପକ୍ଷରୁ ଦାଦନ ସର୍ଦ୍ଦାରଙ୍କ ବିରୋଧରେ ଥାନାରେ ଏତଲା ଦିଆଯାଇଛି। ପାଟଣାଗଡ଼ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ଦାଦନ ଯିବା ପାଇଁ ୪୦ ହଜାର ଟଙ୍କା ବଇନା ଆଣିଥିଲେ ଅଜିତ। ସେହି ଟଙ୍କା ଲେଣଦେଣକୁ ନେଇ ଅଜିତଙ୍କୁ ସର୍ଦ୍ଦାର ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ତାଙ୍କ ସ୍ତ୍ରୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!