Tuesday, September 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ

by ସଞ୍ଜୟ ସ୍ୱାଇଁ
February 1, 2025
in Crime, State
ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ
64
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଗିରଫ କରିବାରେ ସଫଳ ହୋଇଛି । ଧର୍ମଗଡ଼ ଥାନା ପୋଲିସ ଏକ ବଡ ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡି ଏବଂ ମାରଣାସ୍ତ୍ର ଆଦି ଜବତ କରିଛି । ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି । ଗିରଫ ଅଭିଯୁକ୍ତ ମାନେ ଝାଡଖଣ୍ଡ ରାଜ୍ୟ ରାଞ୍ଚି ଜିଲ୍ଲାର ତାହିର ଅନସାରୀ, ହୁସେନ୍ ଖାନ୍, ଜୈସମ ଖାନ୍, ସାମିମ୍ ଅନସାରୀ, ବାସୁଦେବ ଗୋପେ, ପିଣ୍ଟୁ, ଆଲିମ୍,ଅନୁଜ କୁମାର ବୋଲି ଜଣାପଡ଼ିଛି । କଳାହାଣ୍ଡି ଜିଲ୍ଲାରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି ।

ସୂଚନା ମୁତାବକ, ଡିସେମ୍ୱର ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ଦଳ ସଙ୍ଗଠିତ ହୋଇଥିଲା। ବିଳମ୍ବିତ ରାତିରେ ପ୍ରାୟ ୮ ଜଣ ଡକାୟତ ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ । ସେଠାରେ ବନ୍ଧୁକ ଏବଂ ମରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ । ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା । ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇଥିଲା।

ଡକାୟତି କରିବା ପରେ ଅଭିଯୁକ୍ତମାନେ ଜେଏଚ୍‌୧୦ଏପି୪୮୧୭ ନମ୍ବର ବିଶିଷ୍ଟ ବୋଲେରୋ ଗାଡ଼ିରେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ଅନୁସନ୍ଧାନ ସମୟରେ ଅପରାଧରେ ବ୍ୟବହୃତ ଗାଡିକୁ ଝାଡ଼ଖଣ୍ଡରେ ଚିହ୍ନଟ କରାଯାଇ ଠାବ କରାଯାଇଥିଲା। ଏହି ଘଟଣାର ତଦନ୍ତ କରିବା ବେଳେ ସ୍ଥାନୀୟ ପୋଲିସ ଦୁଇ ଅଭିଯୁକ୍ତ ସିରାଜ ଆନସାରୀ ଏବଂ କାମେଶ୍ୱର ଯାଦବକୁ ସଙ୍ଗେ ସଙ୍ଗେ ଗିରଫ କରିଥିଲା । ଅନ୍ୟ ଅଭିଯୁକ୍ତ ମାନେ ଝାଡ଼ଖଣ୍ଡ ଅଭିମୁଖେ ଫେରାର ହୋଇଥିବା ସମ୍ପର୍କରେ ପୋଲିସ ସୂଚନା ପାଇଥିଲା। ତେବେ ବର୍ତ୍ତମାନ ଘଟଣାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!