Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡଙ୍ଗରିଆ କନ୍ଧ ଯୁବକଯୁବତୀଙ୍କ ପାଇଁ ଉଦ୍ଦିଷ୍ଟ ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
June 22, 2021
in Feature News
ଡଙ୍ଗରିଆ କନ୍ଧ ଯୁବକଯୁବତୀଙ୍କ ପାଇଁ ଉଦ୍ଦିଷ୍ଟ ଟିକାକରଣ କାର୍ଯ୍ୟକ୍ରମ ଶୁଭାରମ୍ଭ
155
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଆଜି ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ଶ୍ରୀ ସଂଜୟ କୁମାର ଦାସବର୍ମା ରାୟଗଡ଼ା ଜିଲ୍ଲା ବିଷମକଟକ ବ୍ଲକ୍‌ ନିୟମଗିରି ପାହାଡ଼ରେ ରହୁଥିବା ଆଦିମ ଜନଜାତି ଡଙ୍ଗରିଆ କନ୍ଧ ସଂପ୍ରଦାୟଙ୍କୁ ଭେଟିଥିଲେ । ସେଠାରେ ଟିକାକରଣ ଶିବିରର ଉଦ୍‌ଘାଟନ କରିଥିଲେ ଏବଂ ଟିକାକରଣ ନେଇ ଆଦିମ ଜନଜାତି ଡଙ୍ଗରିଆ କନ୍ଧ ଓ ଲାଂଜିଆ ସଉରାଙ୍କ ମନରେ ଥିବା ଭୟ ଓ ଅନ୍ଧବିଶ୍ୱାସ ଦୂର କରିବା ସହିତ କରୋନା ମହାମାରୀର ମୁକାବିଲା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଟିକାକରଣ କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ସାମିଲ ହେବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ । ରାୟଗଡ଼ା ଜିଲ୍ଲାର ଚାଟିକଣାସ୍ଥିତ ଜନଜାତି ବ୍ୟାଖ୍ୟାନ କେନ୍ଦ୍ରଠାରେ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ଶ୍ରୀ ଦାସବର୍ମା ଜିଲ୍ଲାର ପାର୍ଶାଲି, ଚାଟିକଣାରେ ବସବାସ କରୁଥିବା ୧୦,୧୮୫ ଆଦିମ ଜନଜାତି ଓ କନ୍ଧ ଗୁଣୁପୁର ବ୍ଲକ୍‌ର ପୁଟାସିଂ ଅଞ୍ଚଳରେ ବାସ କରୁଥିବା ୬,୮୭୪ ଲାଂଜିଆ ସଉରା ଆଦିମ ଜନଜାତି ବର୍ଗଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଘୋଷଣା କରିଥିବା ସ୍ୱତନ୍ତ୍ର ପ୍ୟାକେଜ୍‌ ବଣ୍ଟନ ପାଇଁ ଡାଟାବେସ୍‌ ପ୍ରସ୍ତୁତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ଉଭୟ ଆଦିମ ଜନଜାତିଙ୍କୁ ଟିକାକରଣ କାର୍ଯ୍ୟକୁ ସଫଳ କରିବା ପାଇଁ ଲୋକ ପ୍ରତିନିଧି, ଜିଲ୍ଲା ପ୍ରଶାସନ, ଗଣମାଧ୍ୟମ ଏବଂ ସ୍ୱାସ୍ଥ୍ୟକର୍ମୀମାନଙ୍କ ସମ୍ମିଳିତ ଉଦ୍ୟମ ହେଲେ ଏଭଳି ଆହ୍ୱାନମୂଳକ ଅଞ୍ଚଳରେ ଟିକାକରଣ କାର୍ଯ୍ୟ ସଫଳ ହୋଇପାରିବା । ଯେଉଁମାନେ ଏହି ଦୁଇବର୍ଗର ଆଦିମ ଜନଜାତିଙ୍କ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ସଂକ୍ରମିତ ସଙ୍ଗରୋଧ କେନ୍ଦ୍ରରେ ଯିଏ ରହିବ ତାଙ୍କ ପାଇଁ ସ୍ୱତନ୍ତ୍ର ଅନୁଦାନ ବଣ୍ଟନ ସହ କାର୍ଯ୍ୟରତ ଥିବା ଅଙ୍ଗନବାଡ଼ି କର୍ମୀ ଓ ଆଶାକର୍ମୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ବର୍ତ୍ତମାନ ଜିଲ୍ଲାରେ ହାରାହାରି ୧୬୦୦ ହେଉଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ସର୍ବନିମ୍ନ ସ୍ତରରେ ପହଞ୍ଚିଛି । କୋଭିଡ୍‌ ସଂକ୍ରମିତ ପରିବାରଙ୍କୁ ଶୁଖିଲା ରାସନ୍‌, ପରିବାର ପିଛା ୨୫୦୦ ଟଙ୍କା ଏବଂ ସଂକ୍ରମିତ ବ୍ୟକ୍ତିମାନଙ୍କୁ ୧୪ ଦିନ ପାଇଁ ଦୈନିକ ୧୦୦ ଟଙ୍କା ଜିଲ୍ଲା ତରଫରୁ ଶତପ୍ରତିଶତ ପ୍ରଦାନ କରାଯାଇଛି । ଯୋଜନା ବୋର୍ଡ ଉପାଧ୍ୟକ୍ଷ ଅପରାହ@ରେ ଗୁଣୁପୁର ବ୍ଲକ୍‌ର ପୁଟାସିଂଠାରେ କାର୍ଯ୍ୟରତ ଲାଂଜିଆ ସଉରା ଉନ୍ନୟନ ସଂସ୍ଥା ପରିଦର୍ଶନ କରିଛନ୍ତି । ସେଠାରେ ଆଦିମ ଜନଜାତି ଲାଂଜିଆ ସଉରାଙ୍କ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଗ୍ରହଣ କରାଯାଇଥିବା ବିଭିନ୍ନ ଲୋକାଭିମୁଖି ଯୋଜନାର ସମୀକ୍ଷା କରିବା ସହିତ ନିକଟସ୍ଥ ଗ୍ରାମପଞ୍ଚାୟତ ତାରକେଲ ଗ୍ରାମକୁ ଯାଇ ଆଦିମ ଜନଜାତି ବାସ କରୁଥିବା ଲାଂଜିଆ ସଉରା ବର୍ଗର ଜନସାଧାରଣଙ୍କୁ ଭେଟିଥିଲେ । ଟିକାକରଣ ପାଇଁ ଲାଂଜିଆ ସଉରା ଜନଜାତିଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ଅନ୍ଧବିଶ୍ୱାସ ଓ ଭୟ ଦୂର କରି ଟିକାକରଣକୁ ଏକ ଜନଆନ୍ଦୋଳନ ଭାବରେ ଗଢ଼ି ତୋଳିବାକୁ ଶ୍ରୀ ଦାସବର୍ମା ପରାମର୍ଶ ଦେଇଛନ୍ତି । କୋଭିଡ୍‌ ମହାମାରୀର ମୁକାବିଲା କରିବା ପାଇଁ ରାୟଗଡ଼ା ଜିଲ୍ଲାର ଉଭୟ ଆଦିମ ଜନଜାତିଙ୍କ ମଧ୍ୟରେ ପରୀକ୍ଷଣ, ଚିକିତ୍ସା ଓ ଟିକାକରଣ କାର୍ଯ୍ୟ ଠିକ୍‌ ଭାବରେ ଚାଲିଥିବାରୁ ଜିଲ୍ଲା ପ୍ରଶାସନ, ମେଡିକାଲ ଟିମ୍‌ ଏବଂ ସହଯୋଗ କରୁଥିବା ବିଭାଗଙ୍କୁ ଡଙ୍ଗରିଆ କନ୍ଧ ଉନ୍ନୟନ ସଂସ୍ଥା ଓ ଲାଂଜିଆ ସଉରା ଉନ୍ନୟନ ସଂସ୍ଥାର ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଜିଲ୍ଲାରେ ଲାଂଜିଆ ସଉରା ଓ ଡଙ୍ଗରିଆ କନ୍ଧ ଆଦିମ ଜନଜାତିଙ୍କ ପାଇଁ ୧୬ ଲକ୍ଷ ୪୨ ହଜାର କାର୍ଯ୍ୟଦିବସ ସୃଷ୍ଟି କରାଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୮୨ ହଜାର ୧୦୦ ଶ୍ରମ ଦିବସ ଲକ୍ଷ୍ୟ ହାସଲ ହୋଇପାରିଛି ଏବଂ ଜିଲ୍ଲାରେ ବର୍ତ୍ତମାନ ପର୍ଯ୍ୟନ୍ତ ୨୧ ଲକ୍ଷ ୬୭ ହଜାର ୮୬୫ ଶ୍ରମଦିବସ ଜିଲ୍ଲାର ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ପ୍ରଶାସନ ସମର୍ଥ ହୋଇଛି । ଜିଲ୍ଲା ୮୨% ଶ୍ରମଦିବସ ସୃଷ୍ଟି କରି ରାଜ୍ୟରେ ୧୦ମ ସ୍ଥାନରେ ରହିଛି । କରୋନା ଭଳି ମହାମାରୀର ମୁକବିଲା କରୁଥିବାବେଳେ ଆଦିବାସୀ ଓ ଆଦିମ ଜନଜାତି ଅଧ୍ୟୁଷିତ ଉପଯୋଜନା ଜିଲ୍ଲାର ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ସହିତ କର୍ମନିଯୁକ୍ତି ସୃଷ୍ଟି କରି ସଫଳତାର ସହତ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ସମର୍ଥ ହୋଇଛି । ନିକଟରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆକାଂକ୍ଷୀ ଜିଲ୍ଲା ମଧ୍ୟରେ ରାୟଗଡ଼ା ତା’ର ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି । ଏହି ଧାରାକୁ ଗତିଶୀଳ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ଶ୍ରୀ ଦାସବର୍ମା ପରାମର୍ଶ ଦେବା ସହିତ କୋଭିଡ୍‌ ମହାମାରୀ ସମୟରେ ନିଷ୍ଠାର ସହିତ କର୍ତ୍ତବ୍ୟ କରିଥିବା ସମସ୍ତ କ୍ଷେତ୍ର ଅଧିକାରୀମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା କ୍ଷେତ୍ର ପରିଦର୍ଶନ ସମୟରେ ଡଙ୍ଗରିଆ କନ୍ଧ ଓ ଲାଂଜିଆ ସଉରା ବର୍ଗର ଉଚ୍ଚଶିକ୍ଷିତ ଛାତ୍ରଛାତ୍ରୀଙ୍କ ଦକ୍ଷତା ମୂଲ୍ୟାୟନ କରିବା ସହିତ ତାଙ୍କୁ ଜିଲ୍ଲା ମଧ୍ୟରେ ଓ ଜିଲ୍ଲା ବାହାରେ ନିଯୁକ୍ତି ଓ କର୍ମସଂସ୍ଥାନ ଉପରେ ଗୁରୁତ୍ୱ ଦେଇଛନ୍ତି । ଗସ୍ତ ସମୟରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଉପଦେଷ୍ଟା ସୁଧୀର ଦାସ ରାୟଗଡ଼ାର ମାନ୍ୟବର ବିଧାୟକ ଶ୍ରୀ ମକରନ୍ଦ ମୁଦୁଲି, ଗୁଣୁପୁର ବିଧାୟକ ରଘୁନାଥ ଗମାଙ୍ଗ, ଜିଲ୍ଲାପାଳ ସରୋଜ କୁମାର ମିଶ୍ର, ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ବିବେକାନନ୍ଦ ଶର୍ମା, ଗୁଣୁପୁର ଉପଜିଲ୍ଲାପାଳ ଜେ. ସାମଲ, ପିଡ଼ିଡ଼ିଆର୍‌ଡିଏ, ମହେଶ୍ୱର ନାୟକ, ପିଏଆଇଟିଡିଏ ଗୋରାଚାନ୍ଦ ଗମାଙ୍ଗ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଆର୍ତ୍ତବନ୍ଧୁ ନାୟକ, ଡଙ୍ଗରିଆ କନ୍ଧ ଉନ୍ନୟନ ପରିଷଦର କାର୍ଯ୍ୟନିର୍ବାହୀ ଏମ୍‌. ଏନ୍‌. ଦଳବେହେରା, ଲାଂଜିଆ ସଉରା ଉନ୍ନୟନ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ କୃପାସିନ୍ଧୁ ବେହେରା ଓ ଜିଲ୍ଲାର ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!