Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନଙ୍କ ୯୫ ବର୍ଷ ବୟସରେ ନିଧନ

by ସଞ୍ଜୟ ସ୍ୱାଇଁ
February 13, 2024
in NATIONAL NEWS, Sports
ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନଙ୍କ ୯୫ ବର୍ଷ ବୟସରେ ନିଧନ
47
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତୀୟ କ୍ରିକେଟ ଟିମର ପୂର୍ବତନ କ୍ୟାପଟେନ ଦତ୍ତାଜିରାବ ଗାଏକୱାଡଙ୍କର ମଙ୍ଗଳବାର ଦିନ ମୃତ୍ୟୁ ହୋଇଛି । ବଡୋଦାରେ ଏକ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା । ଏନେଇ ଭାରତୀୟ କ୍ରିକେଟ ଟିମର ପୂର୍ବତନ ଖେଳାଳୀ ଇରଫାନ ଫଠାନ ସୂଚନା ଦେଇଛନ୍ତି । ଗାଏକୱାଡ ତାଙ୍କର ପ୍ରାରମ୍ଭିକ କ୍ରିକେଟ ଜୀବନ ବମ୍ବେ ବିଶ୍ୱବିଦ୍ୟାଳୟ ଓ ବଡୋଦା ମହାରାଜ ସୟାଜୀ ବିଶ୍ୱବିଦ୍ୟାଳୟ ପାଇଁ ଖେଳିଥିଲେ । ସେ ୧୯୫୨ ମସିହାରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ ପୂର୍ବରୁ ଭାରତୀୟ କ୍ରିକେଟ ଟିମରେ ଡେବ୍ୟୁ କରିଥିଲେ । ପିଟିଆଇ ସୂଚନା ମୁତାବକ ସେ ଗତ ୧୨ ଦିନ ଧରି ବଡୋଦାର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ହେଲେ ଆଜି ସକାଳେ ତାଙ୍କର ମୃତ୍ୟୁ ହୋଇଛି । ଭାରତୀୟ କ୍ରିକେଟର ପୂର୍ବତନ ଖେଳାଳୀ ଅଂଶୁମାନ ଗାଏକୱାଡଙ୍କର ବାପା ଥିଲେ ଦତ୍ତାଜିରାବ ଗାଏକୱାଡ । ଗାଏକୱାଡ ଭାରତୀୟ ଟିମ ପାଇଁ ୧୧ ଟି ଟେଷ୍ଟ ଖେଳି ୩୫୦ ରନ କରିଥିଲେ । ୧୯୫୨ ମସିହାରେ ସେ ଭାରତୀୟ ଟିମରେ ଯୋଗ ଦେଇଥିଲେ । ୧୯୫୯ ମସିହାରେ ଭାରତୀୟ ଟିମର କ୍ୟାପଟେନ ହୋଇଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!