Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଲି ରାତିରୁ ନିଖୋଜ ଥିଲେ, ଆଜି ପୋଖରୀରୁ ମିଳିଲା ଦୁଇ ଭାଇଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
July 11, 2023
in Crime, State
କାଲି ରାତିରୁ ନିଖୋଜ ଥିଲେ, ଆଜି ପୋଖରୀରୁ ମିଳିଲା ଦୁଇ ଭାଇଙ୍କ ମୃତଦେହ
172
VIEWS
Share on FacebookShare on Twitter

ବ୍ରହ୍ମପୁର, (ବାଘୁଆବାର୍ତ୍ତା): ବ୍ରହ୍ମପୁର ଟାଉନ ଥାନା ଅନ୍ତର୍ଗତ ବିଜୁ ପଟ୍ଟନାୟକ ପାର୍କ ମଧ୍ୟରେ ଥିବା ପୋଖରୀରୁ ଆଜି ଦୁଇଟି ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଦ୍ୱୟ ଦୁଇ ଭାଇ। ସେମାନେ ହେଉଛନ୍ତି ବଡ଼ବଜାର ଅଞ୍ଚଳର କେ. ରାଙ୍ଗା ଆଚାରି (୬୦) ଓ କେ. ଜନାର୍ଦ୍ଦନ ଆଚାରି। ଏ ଦୁଇ ଭାଇ ମଦ ପିଇ ଘରେ ଝଗଡ଼ା କରନ୍ତି। ଗତକାଲି ମଧ୍ୟ ଘରେ ସେମାନେ ଝଗଡ଼ା କରିଥିଲେ। ଘରେ ଝଗଡ଼ା କରିବା ପରେ ଅପରାହ୍ନ ପ୍ରାୟ ୪ଟା ବେଳକୁ ଘରୁ ବାହାରି ଆସିଥିଲେ। ରାତିରେ ଆଉ ଘରକୁ ଫେରି ନଥିଲେ। ଆଜି ସକାଳେ ବିଜୁ ପଟ୍ଟନାୟକ ପାର୍କ ସ୍ଥିତ ପୋଖରୀରେ ଦୁଇଟି ଶବ ଭାସୁଥିବା କର୍ମଚାରୀମାନେ ଦେଖିଥିଲେ। ସେମାନେ ଏନେଇ ପୁଲିସକୁ ଖବର ଦେଇଥିଲେ। ମୃତଦେହ ଦୁଇଟିକୁ ପୋଖରୀରୁ ଉଦ୍ଧାର କରାଯିବା ପରେ ସେଗୁଡ଼ିକର ଚିହ୍ନଟ କରାଯାଇଥିଲା। ତେବେ ଏହି ଦୁଇ ବ୍ୟକ୍ତି ପାର୍କ ମଧ୍ୟକୁ କେତେବେଳେ ଆସିଲେ ଓ କେଉଁ ଭଳି ସ୍ଥିତିରେ ବୁଡ଼ିଗଲେ, ତାହା ଜଣାପଡ଼ିନାହିଁ। ପୁଲିସ୍ ଶବ ଦୁଇଟିକୁ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!