Wednesday, November 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମିଳିଲା ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
September 25, 2023
in Crime, State
ମିଳିଲା ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ
153
VIEWS
Share on FacebookShare on Twitter

ଚମ୍ପୁଆ, (ବାଘୁଆବାର୍ତ୍ତା): ଚମ୍ପୁଆ ବ୍ଲକ RWSS କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଚମ୍ପୁଆ ବ୍ଲକ ପରିମଳ ଓ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ରାମକୃଷ୍ଣ ସିଂଙ୍କ ଝୁଲନ୍ତା ମୃତଦେହ ତାଙ୍କ ନିଜ ଗାଁ ଜୟନ୍ତୀନାପୁର ବୈତରଣୀ ନଦୀ କୂଳରେ ଏକ ଜାମୁ ଗଛରୁ ଉଦ୍ଧାର କରାଯାଇଛି । ନିକଟରେ ତାଙ୍କ ବାଇକ ଓ ହେଲ୍‌ମେଟ୍‌ ମିଳିଛି। ଗତକାଲି ସରକାରୀ ବାସଭବନରୁ ସେ କେଉଁଆଡ଼େ ଚାଲି ଯାଇଥିଲେ। ମୋବାଇଲ୍‌ ଘରେ ଛାଡ଼ି ଦେଇଥିବାରୁ ଘର ଲୋକେ ତାଙ୍କୁ ଚାରିଆଡ଼େ ଖୋଜା ଖୋଜି କରିଥିଲେ ହେଁ ତାଙ୍କର କୌଣସି ଖବର ପାଇ ନ ଥିଲେ । ତେବେ ଆଜି ସକାଳୁ ରାମକୃଷ୍ଣଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଜୟନ୍ତୀନାପୁର ବୈତରଣୀ ନଦୀ କୂଳରେ ଏକ ଗଛରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ଘଟଣାସ୍ଥଳରେ ଚମ୍ପୁଆ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇ ଆତ୍ମହତ୍ୟା ରୂପ ଦିଆଯାଇଛି, ତାହା ଏଯାଏ ସ୍ପଷ୍ଟ ହୋଇନାହିଁ। କେଉଁ କାରଣ ପାଇଁ ତାଙ୍କର ମୃତ୍ୟୁ ହେଲା ଓ ଏହା ପଛରେ କାହାର ହାତ ଅଛି ନା ନାହିଁ, ଏ ଦିଗରେ ମଧ୍ୟ ପୋଲିସ୍‌ ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!