Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାତିରେ ପଞ୍ଚାୟତ ସଭାକୁ ଯାଇଥିବା ଜଣେ ୱାର୍ଡ ମେମ୍ବରଙ୍କ ମୃତଦେହ ଆଜି ସକାଳୁ ଏକ ନାଳରୁ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
October 31, 2022
in Crime, State
ପ୍ରାର୍ଥନା କ୍ଲାସରେ ଅଚାନକ ଜଣେ ଛାତ୍ରୀଙ୍କର ବାନ୍ତି ହୋଇ ଡାକ୍ତରଖାନାରେ ହୋଇଛି ମୃତ୍ୟୁ
34
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ସଦର ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ଗତକାଲି ପଞ୍ଚାୟତ ସଭାକୁ ଯାଇଥିବା ଜଣେ ୱାର୍ଡ ମେମ୍ବରଙ୍କ ମୃତଦେହ ଆଜି ସକାଳୁ ଏକ ନାଳରୁ ଉଦ୍ଧାର ହୋଇଛି। ମୃତକ ହେଲେ ତଳ ଯାଗର ଗ୍ରାମର ୱାର୍ଡ଼ ମେମ୍ବର ଭଗବାନ ଦେହୁରୀ । ଗତ କାଲି କୁମୁଣ୍ଡି ପଞ୍ଚାୟତରେ ଏକ ସଭାକୁ ଯାଉଛି କହି ଘରୁ ବାହାରି ଯାଇଥିଲେ ଭଗବାନ ହେଲେ ରାତି ସୁଦ୍ଧା ଆଉ ଘରକୁ ଫେରି ନ ଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ଆଜି ସକାଳ ଗାଁ ନିକଟରେ ଯାଇଥିବା ଏକ ନାଳରୁ ତାଙ୍କ ମୃତଦେହ ଉଦ୍ଧାର କରିଥିଲେ । ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପରିବାର ଲୋକ ହତ୍ୟା ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଗନ୍ଧମାର୍ଦ୍ଦନ ଖଣି କ୍ଷତିଗ୍ରସ୍ତ ଅଞ୍ଚଳରେ ଯାଉଥିବା ତଳ ଯାଗର ଗ୍ରାମର ସେପରି କିଛି ଆଖି ଦୃଶିଆ ଉନ୍ନତି ହେଉନି। ଏହାକୁ ନେଇ ଗ୍ରାମବାସୀ ଜାତୀୟ ଅନୁସୂଚିତ ଜନଜାତି କମିଟିରେ ଅଭିଯୋଗ କରିଥିବା ବେଳେ ଦୀର୍ଘ ଦିନ ହେଲା ଆନ୍ଦୋଳନ ଚାଲି ଆସିଛି। ୱାର୍ଡ଼ ମେମ୍ବର ଭଗବାନ ଦେହୁରୀ ଏହି ଆନ୍ଦୋଳନର ନେତୃତ୍ୱ ନେଉଥିଲେ। ଏହି ଅଭିଯୋଗ ଆଧାରରେ ୨ ଦିନ ତଳେ ଦିଲ୍ଲୀରୁ ଏକ ଟିମ୍‌ ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଗାଁକୁ ଆସିଥିଲା। ମାତ୍ର କିଛି ବିରୋଧୀ ଗୋଷ୍ଠୀ ସେମାନଙ୍କୁ ଗାଁରେ ପଶାଇ ଦେଇ ନ ଥିଲେ। ଏହାକୁ ନେଇ ଗାଁରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିଲା। ଏହି ଘଟଣାକୁ ନେଇ ଗତକାଲି ପଞ୍ଚାୟତ ମିଟିଂ ଡକାଯାଇଥିବା ବେଳେ ଭଗବାନ ବି ଉକ୍ତ ମିଟିଂକୁ ଯାଇଥିଲେ। ମାତ୍ର ବୈଠକରୁ ସେ ଆଉ ଘରକୁ ଫେରି ନ ଥିବା ବେଳେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ତେଣୁ ପରିବାର ଲୋକେ ଏହାକୁ ଆତ୍ମହତ୍ୟା ବୋଲି ବିଶ୍ୱାସ ନ କରି ସିଧାସଳଖ ହତ୍ୟା ଅଭିଯୋଗ ଆଣିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!