Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
November 12, 2022
in Crime, State
ରାସ୍ତାକଡରେ ଥିବା ଏକ ପୋଖରୀ ନିକଟରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
97
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ସଦର ଥାନା ଅନ୍ତର୍ଗତ ଶରଧାପୁର ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରବିନ୍ଦ୍ରନାଥ ବଳିୟାରସିଂ। ଅଭିଯୋଗ ଅନୁସାରେ, ଗତ କିଛି ମାସ ହେବ ଗୋଟିଏ ସରକାରୀ ଜମିକୁ ନେଇ ଗାଁର ନାରାୟଣ ବରାଳ ନାମକ ଜଣେ ବ୍ୟକ୍ତିଙ୍କ ସହ ରବିନ୍ଦ୍ରନାଥଙ୍କର ବିବାଦ ଲାଗି ରହିଥିଲା। ଗତକାଲି ସକାଳେ ଏହି ଜମିଜମା ବିବାଦକୁ ନେଇ ରବୀନ୍ଦ୍ରଙ୍କ ଘର ଆଗରେ ନାରାୟଣ ଓ ତାଙ୍କର କିଛି ସହଯୋଗୀ ଆସି ପାଟିତୁଣ୍ଡ କରିଥିଲେ। ରବୀନ୍ଦ୍ର ପାଟିତୁଣ୍ଡ ଶୁଣି ଘର ବାହାରକୁ ଆସି ଏହାର ପ୍ରତିବାଦ କରିଥିଲେ। ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ସେମାନେ ରବିନ୍ଦ୍ରଙ୍କୁ ଆକ୍ରମଣ କରିଥିଲେ। ରବିନ୍ଦ୍ର ତଳେ ପଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏନେଇ ରବିନ୍ଦ୍ରଙ୍କ ପୁଅ ଥାନାରେ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!