Saturday, June 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେଇଥିବା ଜଣେ ପ୍ରତିଯୋଗୀଙ୍କ ଅକାଳ ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
February 25, 2023
in Sports, State
କ୍ରୀଡ଼ା ପ୍ରତିଯୋଗିତାରେ ଭାଗ ନେଇଥିବା ଜଣେ ପ୍ରତିଯୋଗୀଙ୍କ ଅକାଳ ମୃତ୍ୟୁ
49
VIEWS
Share on FacebookShare on Twitter

ପୁରୀ (ବାଘୁଆବାର୍ତ୍ତା): ପୁରୀ-କୋଣାର୍କ ରାସ୍ତାର ରାମଚଣ୍ଡୀଠାରେ ଚାଲିଥିବା ଟ୍ରାଇଥୋଲନ ପ୍ରତିଯୋଗିତାରେ ଭାଗ ନେଇଥିବା ଜଣେ ପ୍ରତିଯୋଗୀଙ୍କ ଆଜି ଅକାଳ ମୃତ୍ୟୁ ହୋଇଛି। ମୃତକ ନିତିନ ସୋନି ରାଜସ୍ଥାନ ଯୋଧପୁରର ବୋଲି ସୂଚନା ମିଳିଛି। ଏହି ପ୍ରତିଯୋଗିତାରେ ସୁଇମିଂ, ସାଇକ୍ଲିଂ, ଦଉଡ଼ ଭଳି ସମୂହ ପ୍ରତିଯୋଗିତା ହେଉଥିଲା। ଯେଉଁଥିରେ ଭାଗ ନେଇଥିଲେ ନିତିନ୍ । ତେବେ ହଠାତ୍ ତାଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ କୋଣାର୍କ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ପୁରୀ ସଦର ମୁଖ୍ୟ ମେଡିକାଲକୁ ନିଆଯାଇଥିଲା। ହେଲେ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର। ଏନେଇ ନିତିନଙ୍କ ପରିବାରକୁ ଖବର ଦିଆଯାଇଛି। ନିତିନଙ୍କ ଘର ରାଜସ୍ଥାନ ହୋଇଥିବା ବେଳେ ସେ ମୁମ୍ବାଇରେ ରହୁଥିଲେ। ରାମଚଣ୍ଡୀ ଠାରେ ଅନୁଷ୍ଠିତ ପ୍ରତିଯୋଗିତାରେ ଭାଗ ନେବାକୁ ଆସିଥିଲେ। ଏଠାରେ ସେ ୧.୫ କିମି ସୁଇମିଂ, ୪୦ କିମି ସାଇକେଲିଂ, ୧୦ କେମି ଦଉଡ଼ରେ ଭାଗ ନେଇଥିଲେ। ତେବେ ପ୍ରତିଯୋଗିତାରେ କୌଶଳ ପ୍ରଦର୍ଶନ କରୁଥିବା ବେଳେ ସେ ଅସୁସ୍ଥତା ଅନୁଭବ କରି ନିକଟରେ ରହୁଥିବା ହୋଟେଲକୁ ଯିବାକୁ ଚାହିଁଥିଲେ। ଏନେଇ ପ୍ରତିଯୋଗିତା ଆୟୋଜକ ଜାଣିବା ପରେ ତାଙ୍କୁ କୋଣାର୍କ ହସ୍ପିଟାଲ ନେଇଥିଲେ। ସେଠାରେ ତାଙ୍କର ପ୍ରାଥମିକ ଚିକିତ୍ସା କରିବା ପରେ ପୁରୀକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ ଡାକ୍ତର। ସେଠାରୁ ତାଙ୍କୁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟକୁ ଆଣିବା ବାଟରେ ପ୍ରାଣବାୟୁ ଉଡ଼ି ଯାଇଥିଲା। ତାଙ୍କ ମୃତଦେହକୁ ଶବାଗାରରେ ସଂରକ୍ଷିତ ରଖାଯାଇଛି। ପରିବାର ଲୋକେ ପହଞ୍ଚିବା ପରେ ମୃତଦେହ ହସ୍ତାନ୍ତର କରାଯିବ ବୋଲି ଜଣାପଡ଼ିଛି। ରାମଚଣ୍ଡି ପୁଲିସ ଓ କ୍ରୀଡ଼ା ଆୟୋଜକଙ୍କ ପକ୍ଷରୁ ନିତିନଙ୍କ ପରିବାରଙ୍କୁ ଏନେଇ ଖବର ଦିଆଯାଇଛି। ନିତିନ ଜଣେ ସେନା କର୍ମଚାରୀ ବୋଲି ମଧ୍ୟ ସୂଚନା ମିଳିଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!