Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମର୍ଣ୍ଣିଂ ୱାକ୍‌ରେ ଯାଇଥିଲେ, ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା ଜୀବନ

by ସଞ୍ଜୟ ସ୍ୱାଇଁ
February 5, 2025
in Accident, State
ମର୍ଣ୍ଣିଂ ୱାକ୍‌ରେ ଯାଇଥିଲେ, ପିକ୍‌ଅପ୍ ଭ୍ୟାନ୍ ଧକ୍କାରେ ଚାଲିଗଲା ଜୀବନ
92
VIEWS
Share on FacebookShare on Twitter

ଉଦଳା, (ବାଘୁଆବାର୍ତ୍ତା): ମର୍ଣ୍ଣିଂ ୱାକ୍‌ରେ ଯାଇଥିଲେ । କିନ୍ତୁ ସେ ଜାଣିନଥିଲେ ବାଟରେ ଛକି ବସିଥିଲା ମୃତ୍ୟୁ । ଘର ଠାରୁ ମାତ୍ର ୨ କିଲୋମିଟର ଦୂରରେ ଦୁର୍ଘଟଣାରେ ଚାଲିଗଲା ଜୀବନ । ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଝିଙ୍କପଦା ଗ୍ରାମ ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି । ସୂଚନାଯୋଗ୍ୟ ଯେ, ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଅଞ୍ଚଳର କୃପାସିନ୍ଧୁ ସେଠୀ ବୁଧବାର ସକାଳେ ଉଦଳା-ବାଲେଶ୍ୱର ରାଜ୍ୟରେ ରାଜପଥରେ ମର୍ଣ୍ଣିଂ ୱାକ୍‌ରେ ଯାଇଥିଲେ । ଝିଙ୍କପଦା ଛକ ନିକଟରେ କଟକରୁ ମାଲ୍ ବୋଝେଇ କରି ନେଇ ଆସୁଥିବା ଏକ ପିକ୍‌ଅପ୍ ଭ୍ୟାନ୍ କୃପାସିନ୍ଧୁଙ୍କୁ ପଛରୁ ଦ୍ରୁତ ଗତିରେ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ପଡି କୃପାସିନ୍ଧୁଙ୍କ ଜୀବନ ଚାଲିଯାଇଥିଲା । ତେବେ ଗାଡ଼ିରେ ମାଲ୍ ନେଇ ଆସୁଥିବା ଅମରେନ୍ଦ୍ର ସାମଲ ପାଟି ଶବ୍ଦ ଶୁଣି ଗାଡି ଅଟକାଇ ତଳକୁ ଓହ୍ଲାଇଥିଲେ । ହେଲେ ପିକ୍‌ଅପ୍ ଭ୍ୟାନ୍ ଡ୍ରାଇଭର ଗାଡ଼ି ନେଇ ଫେରାର ହୋଇଯାଇଥିଲା । କପ୍ତିପଦା ପୋଲିସ ଅମରେନ୍ଦ୍ରଙ୍କୁ ଅଟକ ରଖି ପଚରାଉଚରା କରୁଛି । ହେଲେ ଅନ୍ୟପଟେ ଅମରେନ୍ଦ୍ର ଉକ୍ତ ପିକ୍‌ଅପ୍ ଭ୍ୟାନ୍ ଭଡାରେ ଆଣିଥିବା ବେଳେ ବେପରୁଆ ଗାଡି ଚାଳନା ପାଇଁ ଏଭଳି ଦୁର୍ଘଟଣା ଘଟିଥିବା କୁହାଯାଉଛି । କପ୍ତିପଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ ଉଦଳା ଡାକ୍ତରଖାନା ପଠାଇଛି । ଫେରାର ଥିବା ପିକ୍‌ଅପ୍ ଭ୍ୟାନ୍‌କୁ ଖୋଜୁଛି ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!