Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହାତୀ ଆକ୍ରମଣରେ ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 28, 2025
in Nayagarh, State
ହାତୀ ଆକ୍ରମଣରେ ଜଣେ ମୃତ
156
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜମି ବିକ୍ରି କରି ଧାର ଆଣିଥିବା ଟଙ୍କା ଫେରାଇବାକୁ ଯାଇଥିବା ବେଳେ ଅଘଟଣ । ବଣୁଆ ହାତୀ ଆକ୍ରମଣରେ ଚାଲିଗଲା ଜୀବନ । ମୃତକ ହେଉଛନ୍ତି ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ଅନ୍ତର୍ଗତ ଆଦିବାସୀ ବହୁଳ ପାରାଢିପି ପଞ୍ଚାୟତ ପୋକସୁଙ୍ଗା ଗାଁର ବ୍ରଜବନ୍ଧୁ ମଳିକ (୫୦ ବର୍ଷ) । ମୃତକଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଫରେଷ୍ଟର ପବିତ୍ର କୁମାର ପରିଡ଼ା ସୂଚନା ଦେଇଛନ୍ତି । ସୂଚନା ମୁତାବକ, ପୋକସୁଙ୍ଗା ଗାଁର ବ୍ରଜବନ୍ଧୁ ମଳିକ ଜମି ବିକ୍ରି କରି ଧାର ଆଣିଥିବା ଟଙ୍କା ଫେରାଇବାକୁ ନିକଟସ୍ଥ ସୁରୁକା ବାଡି ଗାଁକୁ ଯାଉଥିଲେ । ମଙ୍ଗଳବାର ସନ୍ଧ୍ୟା ସମୟରେ ଯାଉଥିବା ବେଳେ ନିଛାଟିଆ ପାଲବା ଜଙ୍ଗଲରେ ୯ ଟିକିଆ ବଣୁଆ ହାତୀପଲ ହାବୁଡ଼ରେ ପଡି ଯାଇଥିଲେ । ପରେ ବଣୁଆ ହାତୀଙ୍କ ଆକ୍ରମଣରେ ବ୍ରଜବନ୍ଧୁଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣା ସମ୍ପର୍କରେ ଜାଣି ଗ୍ରାମବାସୀ ବନବିଭାଗକୁ ଖବର ଦେଇଥିଲେ । ଡ୍ୟୁଟି କରୁଥିବା ବେଳେ ଖବର ପାଇ ଗଜେନ୍ଦ୍ର ମଳିକଙ୍କୁ ଓଡ଼ଗାଁ ମେଡିକାଲରେ ଭର୍ତ୍ତି କରିଥିଲେ ବନବିଭାଗର କର୍ମଚାରୀ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବ୍ୟବଚ୍ଛେଦ ପରେ ମୃତଦେହ ପରିବାରକୁ ହସ୍ତାନ୍ତର କରିବା ସହିତ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ ଦେବାପାଇଁ ଫରେଷ୍ଟର ପବିତ୍ର କୁମାର ପରିଡ଼ା ସୂଚନା ଦେଇଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!