ପୁରୀ, (ବାଘୁଆବାର୍ତ୍ତା): ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଯୁବକ ମୃତ । ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବିଭାଗ । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । ସୂଚନାଯୋଗ୍ୟ ଯେ, ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ବୁଡ଼ି ଜଣେ ବ୍ୟକ୍ତି ନିଖୋଜ ହୋଇଥିଲେ । ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କଲା ଅଗ୍ନିଶମ ବିଭାଗ । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । ଦୀର୍ଘ ୧ ଘଣ୍ଟା ଧରି ଉଦ୍ଧାର କାର୍ଯ୍ୟ ଚଳାଇଥିଲା ଅଗ୍ନିଶମ ବିଭାଗ । ମୃତ ବ୍ୟକ୍ତିଙ୍କ ଶବ ବ୍ୟବଚ୍ଛେଦ ପାଇଁ ହସ୍ପିଟାଲ ପଠାଇଛି ପୋଲିସ ।





